Odisha Elections 2024

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଛାତ୍ରୀଛାତ୍ର ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢ଼ିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ୍‌ ରୁମ୍‌ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢ଼ିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡ଼ିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏ ପରିପେକ୍ଷୀରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମଙ୍ଗଳବାର ଓ ବୁଧବାର ଗଞ୍ଜାମ, ବରଗଡ଼, କେନ୍ଦୁଝର, କଟକ, ମୟୂରଭଞ୍ଜ, ମାଲକାନଗିରି, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲାର ୧୦୧ଟି ବ୍ଲକର ଓ ୨ଟି ମ୍ୟୁନିସିପାଲିଟି କର୍ପୋରେଶନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରୀଛାତ୍ର ପୁରାତନ ଛାତ୍ରୀଛାତ୍ର, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରୀଛାତ୍ର ବିଶେଷ ଭାବରେ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଶେରଗଡ଼ରୁ ୨୦୨୧ରୁ ଆରମ୍ଭ ହୋଇଥିଲା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୂଡ଼ାନ୍ତ ରୂପ ଦେବ। ରାଜ୍ୟର ସମସ୍ତ ୮୬୫୪ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରୀଛାତ୍ର ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪...

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri