ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଛାତ୍ରୀଛାତ୍ର ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢ଼ିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ୍‌ ରୁମ୍‌ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢ଼ିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡ଼ିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏ ପରିପେକ୍ଷୀରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମଙ୍ଗଳବାର ଓ ବୁଧବାର ଗଞ୍ଜାମ, ବରଗଡ଼, କେନ୍ଦୁଝର, କଟକ, ମୟୂରଭଞ୍ଜ, ମାଲକାନଗିରି, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲାର ୧୦୧ଟି ବ୍ଲକର ଓ ୨ଟି ମ୍ୟୁନିସିପାଲିଟି କର୍ପୋରେଶନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରୀଛାତ୍ର ପୁରାତନ ଛାତ୍ରୀଛାତ୍ର, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରୀଛାତ୍ର ବିଶେଷ ଭାବରେ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଶେରଗଡ଼ରୁ ୨୦୨୧ରୁ ଆରମ୍ଭ ହୋଇଥିଲା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୂଡ଼ାନ୍ତ ରୂପ ଦେବ। ରାଜ୍ୟର ସମସ୍ତ ୮୬୫୪ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରୀଛାତ୍ର ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri