ଛାତ୍ରାବାସରୁ ୪ର୍ଥଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ:ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

ରାୟଗଡ଼ା/କାଶୀପୁର/ଟିକିରି,୯।୧୧ (ଆଶିଷ ରଞ୍ଜନ ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା)
ରାୟଗଡ଼ା ଜିଲା କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଛାତ୍ର ହେଲେ ଖଗେଶ୍ୱର ଝୋଡ଼ିଆ(୧୦)। ଖଗେଶ୍ୱର କାଶୀପୁର ବ୍ଲକ ଖୁରିଗାଁ ଗ୍ରାମର କୁନା ଝୋଡ଼ିଆଙ୍କ ପୁଅ। ଛାତ୍ରଙ୍କୁ ହତ୍ୟାକରି ଝୁଲାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଏହା ହତ୍ୟା ନା ଆମତ୍ହତ୍ୟା ବ୍ୟବଚ୍ଛେଦ ରିପୋର୍ଟ ଏବଂ ତଦନ୍ତ ପରେ ଜଣାପଡ଼ିବ ବୋଲି ରାୟଗଡ଼ା ଏସ୍‌ଡିପିଓ ରଶ୍ମିରଞ୍ଜନ ସେନାପତି କହିଛନ୍ତି। ଏ ନେଇ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମନୋରମା ଦାସଙ୍କୁ ପଚାରିବାରୁ ଏହି ଘଟଣା ସମ୍ପର୍କରେ କୌଣସି ସୂଚନା ଦେବାକୁ ଜିଲା ଶିକ୍ଷାଧିକାରୀ ବସନ୍ତ କୁମାର ନାୟକ ଓ ପୋଲିସ ଉଭୟ ମନା କରିଥିବା ସେ କହିଛନ୍ତି। ତେବେ ଚତୁର୍ଥ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିବା ଘଟଣାକୁ ସାଧାରଣରେ ସହଜରେ ବିଶ୍ୱାସ କରାଯାଇପାରୁନାହିଁ।
ଖଗେଶ୍ୱର ଶୁକ୍ରବାର ସକାଳୁ ଜଣେ ସହପାଠୀ ସହ ବାହାରକୁ ଜଳଖିଆ ଖାଇବାକୁ ଯାଇଥିଲେ। ଏହାପରେ ହଷ୍ଟେଲକୁ ଫେରି ସେ ଆଉ କ୍ଲାସ୍‌କୁ ଯାଇ ନ ଥିଲେ। ସାଙ୍ଗମାନେ କ୍ଲାସ୍‌କୁ ଯିବା ପାଇଁ ଡାକିବାରୁ ଦାନ୍ତ ବଥା ହେଉଥିବା କହି ସ୍କୁଲକୁ ଯାଇ ନ ଥିଲେ। ଏହାର କିଛି ସମୟ ପରେ ମଧ୍ୟାହ୍ନଭୋଜନ ସମୟରେ ପିଲାମାନେ ହଷ୍ଟେଲକୁ ଆସିବା ପରେ ଖଗେଶ୍ୱରଙ୍କ ମୃତଦେହ ଖଟରେ ଲାଗିଥିବା ମଶାରି ଫ୍ରେମ୍‌ର ଲୁହା ଛଡ଼ରେ ଟାୱାଲରେ ଝୁଲୁଥିବା ଦେଖି ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ସ୍କୁଲ କର୍ତ୍ତୃପକ୍ଷ ଘଟଣା ବିଷୟରେ ପୋଲିସ ଓ ପରିବାରବର୍ଗଙ୍କୁ ସୂଚନା ଦେଇଥିଲେ। ପରିବାରବର୍ଗ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ତେବେ ପୋଲିସ ପହଞ୍ଚତ୍ବା ବେଳକୁ ସ୍କୁଲ କର୍ତ୍ତୃପକ୍ଷ ମୃତଦେହ ବାହାର କରି ଖଟ ଉପରେ ରଖିଥିବା ଦେଖିବାକୁ ପାଇଥିଲା। ଖବର ଲେଖାଯିବା ବେଳକୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ପହଞ୍ଚତ୍ବା ଆଗରୁ ସ୍କୁଲ କର୍ତ୍ତୃପକ୍ଷ କାହିଁକି ତରବରିଆ ଭାବେ ଝୁଲନ୍ତା ମୃତଦେହକୁ ଓହ୍ଲାଇ ଦେଇଥିଲେ ତାହା ତଦନ୍ତ ସାପେକ୍ଷ। ଖଗେଶ୍ୱରଙ୍କ ପିତା କୁନା କହିଛନ୍ତି, ତାଙ୍କ ପୁଅ ଘରେ ଦଶହରା ଓ ଦୀପାବଳି ପର୍ବ ଖୁସିର ସହ ପାଳନ କରି ଛୁଟି ଅବଧି ପରେ ସ୍କୁଲକୁ ଫେରିଥିଲେ। ଅନ୍ୟପଟେ ଖଗେଶ୍ୱର ସ୍କୁଲରେ ନ ରହି ଘରକୁ ଫେରିଯିବାକୁ ଚାହୁଁଥିଲେ ବୋଲି ଅନୁସନ୍ଧାନରୁ ଜଣାପଡ଼ିଛି। ତେବେ ପୋଲିସର ତଦନ୍ତ ପରେ ପ୍ରକୃତ ଘଟଣା ଲୋକଲୋଚନକୁ ଆସିବ ବୋଲି କୁହାଯାଇଛି। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଏବଂ ଦାୟିତ୍ୱହୀନତା କାରଣରୁ ଖଗେଶ୍ୱରଙ୍କ ଜୀବନ ଚାଲିଯାଇଥିବା ନେଇ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଗତ ଦିନରେ ଜିଲାରେ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ପିଲାମାନେ ମ୍ୟାଲେରିଆରେ ଆକ୍ରାନ୍ତ ହୋଇ ଚିକିତ୍ସା ଅବହେଳାରୁ ମୃତ୍ୟୁବରଣ କରିଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri