ମାସକରେ ୫.୬୬ କୋଟି ଗଣିଲେ ଅମାନିଆ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଅମାନିଆଙ୍କ ପାଇଁ ଓଡ଼ିଶାରେ ହୁହୁ ହୋଇ ସଂକ୍ରମଣ ବଢ଼ୁଛି। ଜରିମାନା ଓ ଗିରଫ ସତ୍ତ୍ୱେ କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଥିବାରୁ ସ୍ଥିତି ବିଗିଡିବାରେ ଲାଗିଛି। ଏ ପରିସ୍ଥିତିରେ କରୋନା ମହାମାରୀର ଭୟାବହତାକୁ ନେଇ ପୋଲିସ ଡିଜି ଅଭୟ ରାଜ୍ୟବାସୀଙ୍କୁ ସଚେତନ କରାଇଛନ୍ତି। ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱକୁ ସେ ଗୁରୁତ୍ୱ ଦେଇଥିବାବେଳେ ଅମାନିଆଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଥିବା କହିଛନ୍ତି। କେବଳ ଏପ୍ରିଲ ମାସରେ ମାସ୍କ ଓ ସାମାଜିକ ଦୂରତା ନିୟମ ଉଲ୍ଲଂଘନକାରୀଙ୍କଠାରୁ ୫କୋଟି ୬୬ଲକ୍ଷ ୬୫ହଜାର ଜରିମାନା ଆଦାୟ କରାଯାଇଛି। ମାସ୍କ ପିନ୍ଧି ନ ଥିବାରୁ ଦେଢ ଲକ୍ଷ ଲୋକ ଜରିମାନା ଗଣିଛନ୍ତି। ଏମାନଙ୍କଠାରୁ ଜରିମାନା ବାବଦକୁ ୫ କୋଟି ୨୪ ଲକ୍ଷ ଟଙ୍କା ଆଦାୟ ହୋଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଗୁରୁବାର ଆୟୋଜିତ କୋଭିଡ୍‌ ସଚେତନତା ପରାମର୍ଶ କାର୍ଯ୍ୟକ୍ରମରେ ଯୋଗଦେଇ ଡିଜିପି ଅଭୟ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, କୋଭିଡ୍‌ କଟକଣା ପାଇଁ ରାଜ୍ୟରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଇତିମଧ୍ୟରେ ସାଢେ ୩ଶହ ଦୋକାନ ଓ କୋଚିଂ ଇନ୍‌ଷ୍ଟିଚ୍ୟୁଟ ସିଲ୍‌ ହୋଇଛି। ଏପ୍ରିଲରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି ୪୧୮ଜଣ ଅମାନିଆ ଗିରଫ ହୋଇଛନ୍ତି। ୧୩୦୦ରୁ ଅଧିକ ଅବକାରୀ ମାମଲା ରୁଜୁ ହୋଇଛି। ୧୮ ହଜାରରୁ ଅଧିକ ଗାଡି ସିଜ୍‌ ହୋଇଛି। ଅନ୍ୟପଟେ ଲୋକେ କୋଭିଡ୍‌ ନିୟମ ମାନୁ ନ ଥିବାରୁ ଡିଜିପି ଦୁଃଖ ପ୍ରକାଶ କରିଛନ୍ତି। ସେଥିପାଇଁ ଲୋକେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ ସମସ୍ତ କୋଭିଡ୍‌ ନିୟମ ମାନିବାକୁ ନିବେଦନ କରିଛନ୍ତି। ଏହାସହ ନିୟମ ମାନୁଥିବା ଲୋକଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri