କେଡ୍ରିଟ କାର୍ଡରୁ ୫.୬୯ ଲକ୍ଷ ନେଇଗଲେ

ବ୍ରହ୍ମପୁର ଅଫିସ,୨।୧୦: ଗଞ୍ଜାମ ଜିଲାରେ ଏବେ ସାଇବର ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଠକ ଗ୍ୟାଙ୍ଗ ବିଭିନ୍ନ ଉପାୟରେ ଲୋକମାନଙ୍କ ଲକ୍ଷ ଲକ୍ଷ ଟଙ୍କା ଠକୁଛନ୍ତି। ଏହି ଧାରାରେ ବ୍ରହ୍ମପୁର ସହରରେ ଥିବା ଜଣେ ବ୍ୟକ୍ତିଙ୍କଠାରୁ ଗ୍ୟାଙ୍ଗ ପ୍ରାୟ ୫. ୬୯ଲକ୍ଷ ଟଙ୍କା ଠକେଇ କରିଛନ୍ତି। ଏନେଇ ହର୍ଷବିହାରର ଅର୍ଜୁନ ସ୍ବାଇଁ ସାଇବର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୪୨/୨୨ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ପ୍ରକାଶ ଯେ, ଏକ ଅଜଣା ନମ୍ବରରୁ ଅର୍ଜୁନଙ୍କ ମୋବାଇଲକୁ ଆସିଥିଲା ଜଣେ ମହିଳାଙ୍କ ଫୋନ୍‌ କଲ୍‌। ଆପଣଙ୍କ କେଡିଟ୍‌ କାର୍ଡରେ ଥିବା ପଏଣ୍ଟଗୁଡ଼ିକ ସରିଯିବ, ତାକୁ କୌଣସି ସାମଗ୍ରୀ କିଣାକିଣିରେ ବ୍ୟବହାର କରିପାରିବେ କିମ୍ବା ଉକ୍ତ କାର୍ଡର ଡ୍ୟୁଜ୍‌ ବାନ୍ଧିବାରେ ବ୍ୟବହାର କରିପାରିବେ। ଏଥିପାଇଁ ଆପଣଙ୍କ କ୍ରେଡିଟ୍‌ କାର୍ଡର ଶେଷ ୪ଟି ନମ୍ବର କୁହନ୍ତୁ ଏବଂ ନିଜର ମୋବାଇଲ୍‌ ବ୍ୟାଙ୍କିଙ୍ଗ୍‌ ଆପ୍‌ ଖୋଲି ଓଟିପି ଜଣାନ୍ତୁ। ୪୦ମିନିଟ୍‌ ମଧ୍ୟରେ ଆସିଲା ୪ଟି ଓଟିପି। ସେସବୁ ଓଟିପି ନମ୍ବରଗୁଡିକ ଫୋନ୍‌ କରିଥିବା ମହିଳାଙ୍କୁ ଜଣାଇ ଦେଲେ ଉକ୍ତ କେଡ୍ରିଟ୍‌ କାର୍ଡ ଉପଭୋକ୍ତା। ଏହାର କିଛି ସମୟ ପରେ ତାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଣ ହୋଇଥିବା ନେଇ ମେସେଜ୍‌ ଆସିଲା। କ୍ରେଡିଟ୍‌ କାର୍ଡ ଟୋଲ ଫ୍ରି ନମ୍ବରକୁ ଏ ସମ୍ପର୍କରେ ସେ ତୁରନ୍ତ ଜଣାଇବା ସହ କାର୍ଡ ବ୍ଲକ୍‌ କରିବାକୁ କହିଥିଲେ। ପରେ କ୍ରେଡିଟ୍‌ କାର୍ଡର ଷ୍ଟେଟ୍‌ମେଣ୍ଟରୁ ସେ ଜାଣିବାକୁ ପାଇଲେ ଯେ ତାଙ୍କ ଆକାଉଣ୍ଟରୁ ୫ଲକ୍ଷ ୬୯ହଜାର ଟଙ୍କା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କକୁ ପେ ୟୁ ନାମକ ଏକ ପେମେଣ୍ଟ ଗେଟ୍‌ୱେ ମାଧ୍ୟମରେ ସ୍ଥାନାନ୍ତର ହୋଇଛି। ଏଥିସହ ଆଉ ଏକ ଅନ୍‌ଲାଇନ୍‌ ଆପ୍‌ ମାଧ୍ୟମରେ ୯୯,୮୨୧ ଟଙ୍କା ଭଡ଼ା ବାବଦ ପ୍ରଦାନ କରାଯାଇଛି। ଏଭଳି ଭାବେ ଅର୍ଜୁନଙ୍କ ଆକାଉଣ୍ଟରୁ ମୋଟ ୫ଲକ୍ଷ ୬୯ ହଜାର ୮୨୧ ଟଙ୍କା ସାଇବର ଠକ ନେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri