ଭୟରେ ଥରିଲେ ଜାପାନ ବାସିନ୍ଦା

ନୂଆଦିଲ୍ଲୀ, ୩।୬: ଜାପାନରେ ସୋମବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରେକର୍ଡ କରାଯାଇଛି। ଜାପନର ମଧ୍ୟ ଅଞ୍ଚଳରେ ଏହି ଭୂକମ୍ପ ହୋଇଥିବା ଜାପାନ ପାଣିପାଗ ଏଜେନ୍ସି ସୂଚନା ଦେଇଛି। ଜାପାନର ପବ୍ଲିକ୍‌ ବ୍ରଡକାଷ୍ଟର ଏନ୍‌ଏଚ୍‌କେ ଏନେଇ କହିଛି ଯେ, ଭୂକମ୍ପଜନୀତ କ୍ଷୟକ୍ଷତି ଜଣାପଡ଼ିନାହିଁ। ଆଖପାଖ ଅଞ୍ଚଳରୁ ତଥ୍ୟ ସଂଗ୍ରହ କରାଯାଉଛି।

ଭୂକମ୍ପ ଯୋଗୁ ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହୋଇଥିଲେ ମଧ୍ୟ ସୁନାମୀ ବିଷୟରେ କୌଣସି ସତର୍କ ସୂଚନା ନାହିଁ। କିନ୍ତୁ ଲୋକେ ସୁନାମୀ ଗୁଜବ ନେଇ ଆତଙ୍କିତ ହୋଇପଡ଼ିଛନ୍ତି। ଗୁଜବକୁ ବିଶ୍ୱାସ ନ କରିବାକୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ନିବେଦନ କରାଯାଇଛି। ଲୋକଙ୍କୁ ସତର୍କ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ସମୁଦ୍ର କୂଳରୁ ଦୂରେଇ ଯିବାକୁ ଲୋକଙ୍କୁ ନିବେଦନ କରାଯାଇଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।
ମିଳିଥିବା ସୂଚନା ଅନୁସାରେ ସୋମବାର ସକାଳ ୬.୩୨ ମିନିଟ୍‌ରେ ସାଲୋ ଜୋଲ୍ଟ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଏହାର ୧୦ ମିନିଟ୍‌ ପରେ ଆଉ ଏକ ଭୂକମ୍ପ ହୋଇଥିଲା । ଯାହାର ତୀବ୍ରତା ୪.୮ ରହିଥିଲା। ନୋଟୋ ଉପଦ଼୍ବିପ ଏହାର କେନ୍ଦ୍ରସ୍ଥଳ ହୋଇଥିବା ଜଣାପଡ଼ିଛି । ଚଳିତ ବର୍ଷ ଜାନୁଆରୀ ୧ ତାରିଖରେ ଏହି ଅଞ୍ଚଳରେ ଭୂକମ୍ପରେ ୨୩୦ ଜଣ ପ୍ରାଣ ହରାଇଥିଲେ । ଜାପାନରେ ପ

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri