ଗଞ୍ଜେଇ ଚୋରା ଚାଲାଣ ମାମଲାରେ ୫ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ

କୋରାପୁଟ,୪।୪(ସ୍ବ.ପ୍ର. ): ଗଞ୍ଜେଇ ଚୋରା ଚାଲାଣ ମାମଲାର ବିଚାରକରି ମଙ୍ଗଳବାର କୋରାପୁଟ ଅତିରିକ୍ତ ଜିଲାଜର୍ଜ ୫ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ଏକ ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ କୋର୍ଟ ଆଦେଶ ଦେଇଛନ୍ତି। ତେବେ ଜରିମାନା ଅନାଦେୟରେ ଅଭିଯୁକ୍ତଙ୍କୁ ଆଉ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବାକୁ ରାୟରେ ଉଲ୍ଲେଖ ରହିଛି। ୧୦ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଏହି ରାୟ ଶୁଣାଇଛନ୍ତି ବିଚାରପତି ମହଲତ ଶା। ଦୋଷୀ ସାବ୍ୟସ୍ତ ହୋଇଥିବା ସାଙ୍ଗୀ ଏବଂ ଲକ୍ଷ୍ମଣ ପଞ୍ଜାବର ହୋଇଥିବା ବେଳେ, ଦୀପକ ରାମ ଏବଂ ପୂଜାରୀ ହରିୟାଣାର ଓ ସନ୍ତୋଷ କୁମାର ଚୌଧୁରୀ କୋରାପୁଟ ଜିଲା ନନ୍ଦପୁର ଗ୍ରାମର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ଗତ ୨୦୧୯ ନଭେମ୍ବର ମାସ ୨୫ ତାରିଖରେ ପାଡୁଆ ଥାନା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଅତଣ୍ଡା ଗାଁ ଆଡୁ ଦ୍ରୁତଗତିରେ ଆସୁଥିବା ଏକ ମ୍ୟାକ୍ସ ପିକ୍‌ଅପ ଭ୍ୟାନ ଉପରେ ସନ୍ଦେହ ହେବାରୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ କରିବାରୁ ଉକ୍ତ ଭ୍ୟାନରୁ ପ୍ରାୟ ଚାରି କ୍ୟୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଥିଲା। ଏଥିରେ ୫ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ରଘୁ ନାମକ ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପାଡୁଆ ପୋଲିସ ଥାନା କେସ ନଂ ୮୫/୨୦୧୯ ରୁକୁ କରି ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା । ପରେ ଘଟଣାର ତଦନ୍ତକରି ଅଭିଯୁକ୍ତ ଫର୍ଦ୍ଦ ଦାଖଲ କରିବା ପରେ କୋରାପୁଟ ଅତିରିକ୍ତ ଜିଲା ଦୌରା ଜର୍ଜଙ୍କ ଅଦାଲତରେ ଟିଆର କେସ ନଂ ୩୫/୨୦୧୯ରେ ବିଚାର ଚାଲିଥିଲା । ସମସ୍ତ ସାକ୍ଷୀ ପ୍ରମାଣକୁ ଭିତ୍ତିକରି ବିଚାରପତି ଉପରୋକ୍ତ ରାୟ ଶୁଣାଇଥିବା ଜଣାଯାଇଛି। ସରକାରଙ୍କ ପକ୍ଷରୁ ଆଇନଜୀବୀ ଜୟନ୍ତ କୁମାର ମିଶ୍ର ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri