ଆକ୍ରମଣ କରିବାକୁ ଆସି ଖାଇଲେ ଚେଛା

ବ୍ରହ୍ମପୁର,୬ା୮(ସୁବାସ ଚନ୍ଦ୍ର ପାଢ଼ୀ): ଜେଲ ଫେରନ୍ତା ଜଣେ ଅଭିଯୁକ୍ତ ଆକ୍ରମଣ କରିବାକୁ ଯାଇ ବିପକ୍ଷ ଗୋଷ୍ଠୀଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇଛନ୍ତି। ୨ ଗୋଷ୍ଠୀର ଆକ୍ରମଣ ଓ ପ୍ରତିଆକ୍ରମଣ ନେଇ ଅଭିଯୋଗ ପରେ ଟାଉନ ଥାନା ପୋଲିସ ୨ଟି ମାମଲା ରୁଜୁ କରି ୫ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ଅଭିଯୁକ୍ତମାନଙ୍କଠାରୁ ଖଣ୍ଡା, ବାଇକ୍‌, ଭଙ୍ଗା ବିଅର ବୋତଲ ଓ ମାରଣାସ୍ତ୍ର ଆଦି ଜବତ କରିଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ବିଜିପୁର ଅଞ୍ଚଳର ଏନ୍‌. କିରେନ କୁମାର ଓ ଖାଲାସୀ ସାହିର ଟୁନାଙ୍କ ଦାସ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା। ଗତ ଏପ୍ରିଲ ୨୮ ତାରିଖରେ ଅନିଲ ଓ ତାଙ୍କ ସହଯୋଗୀମାନେ ଖାଲାସୀ ସାହିରେ ରହୁଥିବା ଟୁନାଙ୍କ ଉପରେ ବୋମା ପକାଇବା ସହ ଖଣ୍ଡାରେ ଆକ୍ରମଣ କରିଥିଲେ। ଏ ନେଇ ଅଭିଯୋଗ ପରେ ଟାଉନ ଥାନା ପୋଲିସ ଏକ ମାମଲା
(ନଂ.୧୬୦/୨୩) ରୁଜୁ କରି କିରେନ ଓ ତାଙ୍କ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

କିରେନ ଜୁଲାଇ ୨୫ରେ ସର୍ତ୍ତମୂଳକ ଜାମିନରେ ଆସିଥିଲେ। କିରେନ ଏବଂ ତାଙ୍କ ସହଯୋଗୀ ଗତ ୪ ତାରିଖ ରାତିରେ ଖାଲାସୀ ସାହିକୁ ଯାଇଥିଲେ। ଟୁନାଙ୍କୁ ସେଠାରେ ଦେଖି ଖଣ୍ଡା ବାହାର କରି ଆତଙ୍କ ଖେଳାଇଥିଲେ। ଏହି ସମୟରେ ଟୁନାଙ୍କ ସାନଭାଇ ରଘୁନାଥ ଦାସ ଓ ତାଙ୍କର କେତେଜଣ ସହଯୋଗୀ କିରେନଙ୍କୁ ଘେରିଯାଇ ସଂଘବଦ୍ଧ ଆକ୍ରମଣ କରିଥିଲେ। କିରେନ ଓ ତାଙ୍କ ସହଯୋଗୀମାନେ ବାଇକ୍‌ ଛାଡ଼ି ସେଠାରୁ ଖସି ପଳାଇଥିଲେ। କିରେନଙ୍କ ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା(ନଂ.୩୦୯/୨୩) ରୁଜୁ କରି ରଘୁନାଥ, ତାଙ୍କ ଭାଇ ଟୁନା ଓ ୨ ସହଯୋଗୀ ବି. ଜଗଦୀଶ ଏବଂ ଏମ୍‌. ଅନିଲ କୁମାରଙ୍କୁ ଗିରଫ କରିଥିଲା। ସେହିପରି ରଘୁନାଥଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୩୧୦/୨୨) ରୁଜୁ କରି କିରେନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri