ଶିଖରଚଣ୍ଡୀରେ ଜଳିଗଲା ୫ ଏକର ଜଙ୍ଗଲ

ଭୁବନେଶ୍ୱର,୮। ୩(ବ୍ୟୁରୋ): ଶିଖରଚଣ୍ଡୀ ପାହାଡ଼ରେ ଥିବା ଜଙ୍ଗଲରେ ରବିବାର ନିଆଁ ଲାଗି ୫ ଏକରରୁ ଊର୍ଦ୍ଧ୍ୱ ଅଞ୍ଚଳ ଜଳିଯାଇଛି। ଚନ୍ଦ୍ରଶେଖରପୁର ଅଗ୍ନିଶମ କେନ୍ଦ୍ରର କର୍ମଚାରୀ ପହଞ୍ଚତ୍ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ପ୍ରାୟ ୫ ଘଣ୍ଟାର ଊର୍ଦ୍ଧ୍ୱ ସମୟ ପରେ ସନ୍ଧ୍ୟା ସାଢ଼େ ୬ଟାରେ ନିଆଁକୁ ଆୟତ୍ତ କରାଯାଇଥିଲା। ତେବେ ପ୍ରବଳ ଖରାତାତି ସହ ନିଆଁ ଲାଗିଯିବା ପରେ ଜଙ୍ଗଲରେ ଥିବା ବିଲୁଆ ଓ ଅନ୍ୟ ଜୀବଜନ୍ତୁ ଜୀବନ ରକ୍ଷା କରିବା ପାଇଁ ନିକଟରେଥିବା ବସ୍ତି ଓ କଲୋନୀକୁ ପଶିଯାଇଥିଲେ। ଏହାନେଇ ସ୍ଥାନୀୟ ବସ୍ତି ବାସିନ୍ଦା ମଧ୍ୟ ଆତଙ୍କିତ ହୋଇଯାଇଥିଲେ। ହେଲେସେମାନଙ୍କୁ ଘଉଡାଇବା ପରେ ସେମାନେ ଜଙ୍ଗଲର ଭିନ୍ନ ପାର୍ଶ୍ୱକୁ ଚାଲିଯାଇଥିଲେ। ଖରା ଯୋଗୁ ପାହାଡ଼ରେ ଥିବା ଗଛଲତା ଶୁଷ୍କ ଅବସ୍ଥାରେ ରହିଛି। ସେହିଭଳି ତଳେ ଶୁଖିଲା ପତ୍ର ପଡ଼ି ରହିଥିବାବେଳେ ସେଥିରେ କେହି ନିଆଁ ଲଗାଇ ଦେବାରୁ ତାହା ଚାରିଆଡକୁ ବ୍ୟାପିଯାଇଥିବା ଅଗ୍ନିଶମ କର୍ମଚାରୀମାନେ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ରବିବାର ଅପରାହ୍ନ ୨ଟାରେ ପାହାଡ଼ ଶୀର୍ଷରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ସେଠାକୁ ଯାଇ ନିଆଁ ଲାଗି ଚାରିଆଡ଼କୁ ମାଡ଼ି ଚାଲିଥିବା ଦେଖି ଅଗ୍ନିଶମ କେନ୍ଦ୍ରକୁ ଖବର ଦେଇଥିଲେ। ଅଧଘଣ୍ଟା ପରେ ଚନ୍ଦ୍ରଶେଖରପୁର ଅଗ୍ନିଶମ ବିଭାଗର ୧୦ ଜଣିଆ ଟିମ୍‌ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri