ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି ମାଫିଆ, ୫ ଏକର ଜମିରେ…

କଳିଙ୍ଗନଗର,୯ା୯(ଶୁଭାଶିଷ ରାଉତ): ଯାଜପୁର ଜିଲାର ଦାନଗଦି ତହସିଲ ଅଞ୍ଚଳରେ ବହୁସଂଖ୍ୟକ ଭୂମିହୀନ ଖଣ୍ଡେ ବାସଗୃହ ନିର୍ମାଣ କରିବାକୁ ଜମି ପାଉନାହାନ୍ତି। ସେମାନେ ଏକ ଗୁଣ୍ଠ ଜମି ପାଇବାକୁ ବର୍ଷବର୍ଷ ଧରି ଚାହିଁ ରହିଥିଲେ ମଧ୍ୟ ପାଇ ପାରୁନାହାନ୍ତି। ମାତ୍ର ମାଫିଆ ଗୋଷ୍ଠୀ ଏହି ତହସିଲ ଅଞ୍ଚଳରେ ବହୁ ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି। ସମ୍ପୃକ୍ତ ତହସିଲ ଅନ୍ତର୍ଗତ ଓସ୍ତପାଳ ପଞ୍ଚାୟତର ନିପାଣିଆ ମୌଜାରେ ୫ଏକରରୁ ଊର୍ଦ୍ଧ୍ୱ ଜଙ୍ଗଲ କିସମ ଜମିକୁ ଜଣେ ପ୍ରଭାବଶାଳୀ ବ୍ୟକ୍ତି ତାରବାଡ଼ ବୁଲାଇ ନିଜ ଦଖଲରେ ରଖିଥିବା ଅଭିଯୋଗ ହୋଇଛି। ଏପରିକି ଉକ୍ତ ଜମିକୁ ସେ ଲିଜ ସୂତ୍ରରେ ହାତେଇ ନେବାକୁ ଉଦ୍ୟମ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।ଜମି ଜବରଦଖଲ ସମ୍ପର୍କରେ ସ୍ଥାନୀୟ ଗ୍ରାମବାସୀ ଯାଜପୁର ଜିଲାପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ କରିଛନ୍ତି। କିନ୍ତୁ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ।
ସୂଚନା ମୁତାବକ, ଓସ୍ତପାଳ ମୌଜାର ଖାତା ନମ୍ବର ୧୯୮ ଓ ପ୍ଲଟ ନମ୍ବର ୫୦୧ରେ ଥିବା ଝାଡ଼ ଜଙ୍ଗଲ କିସମ ଜମି ମଧ୍ୟରୁ ୫ ଏକର ପାଖାପାଖି ଜମି ଜଣେ ବ୍ୟକ୍ତିଙ୍କ କବ୍‌ଜାରେ ରହିଛି। ଉକ୍ତ ଜମି ପୂର୍ବରୁ ଗୋରୁଙ୍କ ଚାରଣ ଭୂମି ଭାବେ ବ୍ୟବହୃତ ହୋଇ ଆସୁଥିଲା। ତାରବାଡ଼ ଦ୍ୱାରା ବନ୍ଦ ହୋଇଥିବା ଜମିଦେଇ ଗ୍ରାମବାସୀ ନିଜ ନିଜ ଜମିରେ ଚାଷ କାର୍ଯ୍ୟ କରିବାକୁ ଯାତାୟାତ କରୁଥିଲେ। ମାତ୍ର ଜମି ଅବରୋଧକାରୀ ନିଜର ସାଢ଼େ ୫ ଏକର ଜମି ସାଙ୍ଗରେ ଏହି ୫ ଏକର ସରକାରୀ ଜମିକୁ ମିଶାଇ ତାର ବାଡ଼ ଦେଇଦେବା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଏପରିକି ଜବରଦଖଲରେ ଥିବା ସରକାରୀ ଜମିରେ ଜିଲା ଖଣିଜ ପାଣ୍ଠି ଅନୁଦାନରୁ ୧୨ ଲକ୍ଷ ଟଙ୍କା ବିନିଯୋଗରେ ୩ ବର୍ଷ ତଳେ ଖୋଳାଯାଇଥିବା ଏକ ପୋଖରୀକୁ ମଧ୍ୟ ଜବରଦଖଲକାରୀ କବ୍‌ଜା କରିଛନ୍ତି। ସରକାରୀ ପୋଖରୀର ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ଉକ୍ତ ପୋଖରୀ ହୁଡ଼ାରେ ଥିବା ଫଳକକୁ ଭାଙ୍ଗି ଦିଆଯାଇଛି। ଏତେ ସବୁ ପରେ ବ୍ଲକ ପ୍ରଶାସନ ଏହା ବିରୋଧରେ ଏପର୍ଯ୍ୟନ୍ତ ଏତଲା ଦେଇନାହିଁ। କେବଳ ଏତିକି ନୁହେଁ ବିବାଦୀୟ ସରକାରୀ ଜମିରେ ଏକ ଟ୍ରାନ୍ସଫର୍ମର ବସାଯାଇ ଅବରୋଧକାରୀଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହି ଅବରୋଧ ପ୍ରସଙ୍ଗରେ ପ୍ରଶାସନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ନେଲେ ଗ୍ରାମବାସୀ ଜନସ୍ବାର୍ଥ ମାମଲା କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ତହସିଲ ଦାୟିତ୍ୱରେ ଥିବା ଦାନଗଦି ବିଡିଓ ସାରଦା ପ୍ରସାଦ ପଣ୍ଡାଙ୍କୁ ପଚାରିବାରେ ସେ କହିଛନ୍ତି, ଖୁବ୍‌ଶୀଘ୍ର ଜଙ୍ଗଲ ଜମିକୁ ଜବରଦଖଲ ମୁକ୍ତ କରାଯିବ। ଏବେ ଦେଖିବାକୁ ଅପେକ୍ଷା କେବେ ଏହା ଜବରଦଖଲ ମୁକ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri