୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଉଚ୍ଚ ମାନର ସମନ୍ବିତ ଅଙ୍ଗନଓ୍ବାଡ଼ି ସେବା ପ୍ରଦାନକୁ ସୁନିଶ୍ଚିତ କରିବା ଓ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ର ୫ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନତା ମିଳିଛି। ୩ ଆଦର୍ଶ ଅଙ୍ଗନଓ୍ବାଡି କେନ୍ଦ୍ର କେନ୍ଦୁବାଡ଼ି, କଂସାରି ଓ ବସନ୍ତପଡ଼ା ଏବଂ ୨ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଯୋଡ଼ାବନ୍ଧ ଓ ଲାଞ୍ଜିଗଡ଼ ରୋଡ୍‌-୨କୁ ଏହି ପ୍ରମାଣପତ୍ର ମିଳିଛି। ଏସବୁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ଆଧୁନିକୀକରଣ, ପ୍ରାକ୍‌-ବିଦ୍ୟାଳୟ ଶିକ୍ଷା ପ୍ରଦାନରେ ଗୁଣାତ୍ମକ ଅଭିବୃଦ୍ଧି, ଦ୍ୱାରଦେଶରେ ଉନ୍ନତ ମାତୃ ଓ ଶିଶୁ ସ୍ବାସ୍ଥ୍ୟସେବା ପ୍ରଦାନ, ଉନ୍ନତ ପୁଷ୍ଟିସାଧନ, ଜୀବିକା ସୁରକ୍ଷା, ଟିକାକରଣ, ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ଆଦି ବିଭିନ୍ନ ସେବା ପ୍ରଦାନରେ ଉତ୍କର୍ଷ ପ୍ରଦର୍ଶନକୁ ବିଚାରକୁ ନିଆଯାଇଛି। ସେହିଭଳି ଆଶୁ ଚିକିତ୍ସା, ସ୍ବଚ୍ଛ ଶୌଚାଳୟ, ଝିଅପୁଅଙ୍କ ପାଇଁ ସ୍ବତନ୍ତ୍ର ଶୌଚାଳୟ, ବିଶୁଦ୍ଧ ପାନୀୟ ଜଳ, ରାମ୍ପ ନିର୍ମାଣ, ଆଶା, ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଅଙ୍ଗନବାଡ଼ି ସହାୟିକାଙ୍କ ନିମନ୍ତେ ପ୍ରତ୍ୟହ କାର୍ଯ୍ୟସୂଚୀ କାନ୍ଥରେ ପ୍ରଦର୍ଶନ, ଆସବାବପତ୍ର ତାଲିକାଭୁକ୍ତ, ସୁରକ୍ଷା ଅଭ୍ୟାସ ଆଦି ସୁବ୍ୟବସ୍ଥିତ ପରିଚାଳନାକୁ ମଧ୍ୟ ଆଇଏସ୍‌ଓ ମାନ୍ୟତା ଚୟନବେଳେ ଗୁରୁତ୍ୱ ଦିଆଯାଇଛି। କଳାହାଣ୍ଡି ଜିଲା ପ୍ରଶାସନ ଏବଂ ବେଦାନ୍ତର ସହଭାଗିତା ତଥା ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରଚେଷ୍ଟାରେ ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଆଦର୍ଶ ଏବଂ ଉନ୍ନତ ଅଙ୍ଗଓ୍ବାଡ଼ି କେନ୍ଦ୍ରରେ ପରିଣତ କରାଯାଇପାରିଛି। ଆଗାମୀ ଦିନରେ ମଧ୍ୟ ସାରା ରାଜ୍ୟର ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ସେହିପରି ଭାବେ ଗଢ଼ି ତୋଳିବା ସହ ଆଇଏସ୍‌ଓ ସାର୍ଟିଫିକେଶନ ପାଇବା ନିମନ୍ତେ ଉଦ୍ୟମ ଚାଲିଥିବା ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହି ୫ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା ମିଳିବା ପରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ, ବେଦାନ୍ତର ସିଏସ୍‌ଆର୍‌ ଓ କେପିଏମ୍‌ଜିର ବୈଷୟିକ ପରାମର୍ଶଦାତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?