ଗୋରୁ ବ୍ୟବସାୟୀଙ୍କୁ ହତ୍ୟା କରି ୨୦ ଲକ୍ଷ ଲୁଟ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା ଅଫିସ/ରାଇରଙ୍ଗପୁର,୪ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ଗୋରୁ ହାଟରେ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ଓ ୨୦ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ୧୧ଦିନ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାରେ ବ୍ୟବହୃତ ଇନସାସ ରାଇଫଲ, ୨୬ରାଉଣ୍ଡ ଜୀବନ୍ତ ଗୁଳି, ଲୁଟ୍‌ ଟଙ୍କାରେ କିଣାଯାଇଥିବା ଟ୍ରାକ୍ଟର, ବାଇକ୍‌ ଓ ନଗଦ ୫୦ହଜାର ଟଙ୍କା ଜବତ ହୋଇଛି। ଏନେଇ ଜିଲା ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମୟୂରଭଞ୍ଜ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଚାଇଁବସା ଅଞ୍ଚଳର। ତେବେ ଘଟଣାରେ ଅନ୍ୟ ଅଭିଯୁକ୍ତ ଜଡ଼ିତ ଥିବାରୁ ଗିରଫ ଅଭିଯୁକ୍ତମାନଙ୍କ ନାମ ଗୋପନ ରଖାଯାଇଛି।
ସୂଚନା ଅନୁଯାୟୀ, ଗତ ୨୫ତାରିଖରେ ପଶ୍ଚିମବଙ୍ଗ ରାଜ୍ୟ ଝାଡ଼ଗ୍ରାମ ଅଞ୍ଚଳର ବ୍ୟବସାୟୀମାନେ ହାଟବାଦଡ଼ା ହାଟକୁ ୨୦ଲକ୍ଷ ଟଙ୍କା ଧରି ଗୋରୁ କିଣିବାକୁ ଆସିଥିଲେ। ଏହି ସମୟରେ ୩ଟି ବାଇକ୍‌ରେ ଦୁର୍ବୃତ୍ତମାନେ ଆସି ଅତର୍କିତ ଗୁଳିଚାଳନା କରିଥିଲେ। ଶେଖ ଜାମସେଦ ଅଲ୍ଲୀ ନାମକ ଜଣେ ବ୍ୟବସାୟୀଙ୍କ ଛାତିରେ ଗୁଳି ବାଜିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତାଙ୍କ ନିକଟରେ ଥିବା ୨୦ଲକ୍ଷ ଟଙ୍କା ଲୁଟ୍‌ କରି ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ଖବରପାଇ ପୂର୍ବାଞ୍ଚଳ ଡିଆଇଜି ହିମାଂଶୁ ଲାଲ, ଏସ୍‌ପି ଦ୍ୟାନଦେଓ, ଅତିରିକ୍ତ ଏସ୍‌ପି ମନୋରଞ୍ଜନ ବିଶ୍ୱାଳ, ଏସ୍‌ଡିପିଓ ରତିକାନ୍ତ ଗିରି, ଥାନାଧିକାରୀ ନିରୋଜ କୁମାର ମଲ୍ଲିକ ପହଞ୍ଚି ଛାନଭିନ ଚଳାଇଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା(ନଂ.୯୨/୨୨) ରୁଜୁ ହୋଇଥିଲା ା
ଅନ୍ୟପକ୍ଷରେ ଗୋରୁ ବ୍ୟବସାୟକୁ କେନ୍ଦ୍ର କରି ଜିଲାର ବିଭିନ୍ନ ହାଟରେ ଅପ୍ରୀତିକର ପରିସ୍ଥିତି ଉପୁଜୁଥିବା ନଜିର ରହିଛି। ଗୋ ଚାଲାଣକୁ ନେଇ ଯଶିପୁର ଥାନା ଅଧୀନ ୪୯ନଂ. ଜାତୀୟ ରାଜପଥର ଛେଳି ଗୁଦୁଡ଼ି ନିକଟସ୍ଥ ଟୋଲ୍‌ଗେଟଠାରେ ଗୋସୁରକ୍ଷା ବାହିନୀ କର୍ମକର୍ତ୍ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିଲା। ରାଜ୍ୟର ବିଭିନ୍ନ ଜିଲାରୁ ମୟୂରଭଞ୍ଜ ସୀମାନ୍ତ ଦେଇ ପଡ଼ୋଶୀ ପଶ୍ଚିମବଙ୍ଗ ଓ ପରେ ବାଂଲାଦେଶକୁ ଗୋଚାଲାଣ କରାଯାଉଛି ା ଏହି ଚାଲାଣକୁ ରୋକଯାଇ ପାରୁ ନ ଥିବାରୁ ପ୍ରତିଦିନ ବିଭିନ୍ନ ଅଘଟଣ ଘଟିବାରେ ଲାଗିଛି ା ପୋଲିସ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଲେ ଗୋଚାଲାଣକୁ ରୋକଯାଇପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?