ଟ୍ରକ ମାଲିକ ସଂଘ ସଦସ୍ୟଙ୍କୁ ଆକ୍ରମଣ କରି ବନ୍ଧା ହେଲେ

ଗୋପାଳପୁର,୮ା୪(ଡି.ଏନ.ଏ.): ଲୋଡିଂକୁ ନେଇ ଏକ ଟ୍ରକ ମାଲିକ ସଂଘର ସଦସ୍ୟଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଅଶୋକ କୁମାର ସେଠୀ, ଫାଷ୍ଟଗେଟ୍‌ ଗାୟତ୍ରୀନଗରର ନିଶିକାନ୍ତ ସେଠୀ, ଲୋଚାପଡ଼ାର ଜୟରାମ ପାଢ଼ୀ, ଅନ୍ଧପସରା ରୋଡର ରାଧାମଧବ ସାହୁ ଓ ରାମନଗରର ପ୍ରଶାନ୍ତ କୁମାର ମହାରଣା ।

ଗୋଳନ୍ଥରା ଥାନା ଅନ୍ତର୍ଗତ ସୋର୍ଲା ରୋଡ଼ଠାରେ କୋଲକତା ସ୍ପ୍ରିଙ୍ଗ୍‌ ଲୋଡିଂକୁ ନେଇ ଗଞ୍ଜାମ ଜିଲା ମଲ୍‌ଟି ଏକ୍ସିଲ ଟ୍ରକ ସଂଘ ଓ ଗଞ୍ଜାମ ଟ୍ରକ ମାଲିକ ସଂଘ ମଧ୍ୟରେ ଗତ କିଛିଦିନ ହେଲା ବାଦବିବାଦ ଲାଗି ରହିଥିଲା। ହଳଦିଆପଦରଠାରେ ମଲ୍‌ଟି ଏକ୍ସିଲ ଟ୍ରକ ସଂଘ ସଦସ୍ୟ ବିକ୍ରମ କେଶରୀ ପଟ୍ଟନାୟକ ଟ୍ରାନ୍ସପୋର୍ଟ କାର୍ଯ୍ୟାଳୟରେ ଥିବା ବେଳେ ଗତ ୪ରେ ଗଞ୍ଜାମ ଟ୍ରକ ମାଲିକ ସଂଘର ସଦସ୍ୟମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ବିକ୍ରମ ଗୁରୁତର ଆହତ ହୋଇଥିଲେ। ଗୋଳନ୍ଥରା ପୋଲିସ ପହଞ୍ଚତ୍ବା ପରେ ଆକ୍ରମଣକାରୀମାନେ ସେଠାରୁ ଚମ୍ପଟ ମାରିଥିଲେ। ବିକ୍ରମଙ୍କ ଏତଲା କ୍ରମେ ନଂ. ୧୧୨/୨୨ରେ ୪୦ରୁ ଊର୍ଦ୍ଧ୍ୱ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିଲା। ଉକ୍ତ ମାମଲାରେ ଫେରାର୍‌ ଥିବା ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ବ୍ରହ୍ମପୁର ସଦର ଏସ୍‌ଡିପିଓ ଶିବ ଶଙ୍କର ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?