Posted inଜାତୀୟ

ବାଂଲାଦେଶରେ ହିଂସା ମଧ୍ୟରେ ୫ ବାଂଲାଦେଶୀଙ୍କୁ ମିଳିଲା ଇଣ୍ଡିଆନ ସିଟିଜେନଶିପ

ନୂଆଦିଲ୍ଲୀ,୧୨।୮: ବାଂଲାଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ କର୍ନାଟକର ପାଞ୍ଚ ଜଣ ବାଂଲାଦେଶୀ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଅନୁଯାୟୀ ଭାରତୀୟ ନାଗରିକତ୍ୱ ପାଇଛନ୍ତି। ଏହି ଲୋକମାନେ ଏଠାରେ ରାଇଚୁର ଜିଲାର ସିନ୍ଧାନୁର ତାଲୁକର ରିଲିଫ କ୍ୟାମ୍ପରେ ରହୁଛନ୍ତି। ଏହି ଶିବିରରେ ୨୫ହଜାର ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ୨୦ହଜାର ବାଂଲାଦେଶୀ ଶରଣାର୍ଥୀ ଏବଂ ପାଞ୍ଚ ହଜାର ମ୍ୟାନମାରରୁ ଆସିଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଅନୁଯାୟୀ ୧୪୬ଜଣ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରିଛନ୍ତି। ପାଞ୍ଚ ଜଣ ଯିଏକି ଭାରତୀୟ ନାଗରିକତ୍ୱ ପାଇଛନ୍ତି। ସେମାନେ ସମସ୍ତେ ହିନ୍ଦୁ। କର୍ନାଟକରେ ସିଏଏ ଅଧୀନରେ ଭାରତୀୟ ନାଗରିକତା ପ୍ରଦାନ କରିବାର ଏହା ହେଉଛି ପ୍ରଥମ ମାମଲା। ଭାରତୀୟ ନାଗରିକତ୍ୱ ପାଇଥିବା ପାଞ୍ଚ ଜଣ ବାଂଲାଦେଶୀଙ୍କ ମଧ୍ୟରେ ରାମକୃଷ୍ଣ ଅଧିକାରୀ, ଆଡଭିତ, ସୁକୁମାର, ବିପାରାଦାସ ଗୋଲ୍ଡର ଏବଂ ଜୟନ୍ତ ମଣ୍ଡଳ ଅଛନ୍ତି।

୧୯୭୧ରେ କର୍ନାଟକରେ ରିଲିଫ କ୍ୟାମ୍ପ ନିର୍ମାଣ କରାଯାଇଥିଲା ଯେତେବେଳେ ବାଂଲାଦେଶ ପାକିସ୍ତାନଠାରୁ ଅଲଗା ହୋଇଥିଲା। ତା’ପରେ ବହୁ ସଂଖ୍ୟକ ଲୋକ ପୂର୍ବ ପାକିସ୍ଥାନରୁ ଭାରତରେ ଆଶ୍ରୟ ନେବାକୁ ପଳାଇଥିଲେ। ତା’ପରେ ଏହି ଶିବିରଗୁଡ଼ିକ ଏହି ଲୋକଙ୍କୁ ଆଶ୍ରୟ ଦେବା ପାଇଁ ନିର୍ମାଣ କରାଯାଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri