Posted inଜାତୀୟ

ଇଞ୍ଜିନ ଛାଡ଼ି ଧାଇଁଲା ୫ ବଗି

ପାଟନା, ୩ା୨:ବିହାରର ବେଟ୍ଟିହାରେ ଥିବା ମଝଉଲିଆ ରେଳଷ୍ଟେଶନରେ ଗୁରୁବାର ସତ୍ୟାଗ୍ରହ ଏକ୍ସପ୍ରେସ୍‌ ଟ୍ରେନ୍‌ର ୫ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିଲା। ସକାଳ ୧୦ଟା ସମୟରେ ଏହି ଘଟଣା ଘଟିଥିବାବେଳେ ଉକ୍ତ ୫ ବଗିକୁ ଛାଡ଼ି ଇଞ୍ଜିନ୍‌ ବହୁ କିଲୋମିଟର ଆଗକୁ ଚାଲିଯାଇଥିଲା। ଘଟଣା ନେଇ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଥିଲା। ସୂଚନା ପାଇ ପୂର୍ବ-କେନ୍ଦ୍ରୀୟ ରେଳ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅଲଗା ହୋଇଯାଇଥିବା ବଗିକୁ ପୁଣିଥରେ ଇଞ୍ଜିନ ସହ ସଂଯୋଗ କରିଥିଲେ। ଟ୍ରେନ୍‌ଟି ବିବାହର ରାକ୍ସାଉଲ ଜିଲାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିଲା। ତେବେ ଘଟଣାରେ କୌଣସି ଯାତ୍ରୀ ଆହତ ହୋଇ ନାହାନ୍ତି। ରେଳ ବିଭାଗ ପକ୍ଷରୁ ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି। ଇଞ୍ଜିନ ସହିତ ବଗିକୁ ସଂଯୋଗ କରୁଥିବା କପଲିଙ୍ଗରେ ତ୍ରୁଟି କାରଣରୁ ବଗି ଅଲଗାହୋଇଯାଇଥିବା କୁହାଯାଉଛି। ସମାନ ଘଟଣା ଗତ ଡିସେମ୍ବରରେ ବିହାରର ଟଙ୍କୁପ୍ପା ରେଳ ଷ୍ଟେଶନ୍‌ରେ ଘଟିଥିଲା। ଏକ ମାଲ୍‌ ବୋଝେଇ ଟ୍ରେନ୍‌ର ୩ଟି ବଗିକୁ ଛାଡ଼ି ଅନ୍ୟ ବଗି ସହ ଇଞ୍ଜିନ ଚାଲିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ।...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା

ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri