Posted inଜାତୀୟ

ଇଞ୍ଜିନ ଛାଡ଼ି ଧାଇଁଲା ୫ ବଗି

ପାଟନା, ୩ା୨:ବିହାରର ବେଟ୍ଟିହାରେ ଥିବା ମଝଉଲିଆ ରେଳଷ୍ଟେଶନରେ ଗୁରୁବାର ସତ୍ୟାଗ୍ରହ ଏକ୍ସପ୍ରେସ୍‌ ଟ୍ରେନ୍‌ର ୫ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିଲା। ସକାଳ ୧୦ଟା ସମୟରେ ଏହି ଘଟଣା ଘଟିଥିବାବେଳେ ଉକ୍ତ ୫ ବଗିକୁ ଛାଡ଼ି ଇଞ୍ଜିନ୍‌ ବହୁ କିଲୋମିଟର ଆଗକୁ ଚାଲିଯାଇଥିଲା। ଘଟଣା ନେଇ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଥିଲା। ସୂଚନା ପାଇ ପୂର୍ବ-କେନ୍ଦ୍ରୀୟ ରେଳ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅଲଗା ହୋଇଯାଇଥିବା ବଗିକୁ ପୁଣିଥରେ ଇଞ୍ଜିନ ସହ ସଂଯୋଗ କରିଥିଲେ। ଟ୍ରେନ୍‌ଟି ବିବାହର ରାକ୍ସାଉଲ ଜିଲାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିଲା। ତେବେ ଘଟଣାରେ କୌଣସି ଯାତ୍ରୀ ଆହତ ହୋଇ ନାହାନ୍ତି। ରେଳ ବିଭାଗ ପକ୍ଷରୁ ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି। ଇଞ୍ଜିନ ସହିତ ବଗିକୁ ସଂଯୋଗ କରୁଥିବା କପଲିଙ୍ଗରେ ତ୍ରୁଟି କାରଣରୁ ବଗି ଅଲଗାହୋଇଯାଇଥିବା କୁହାଯାଉଛି। ସମାନ ଘଟଣା ଗତ ଡିସେମ୍ବରରେ ବିହାରର ଟଙ୍କୁପ୍ପା ରେଳ ଷ୍ଟେଶନ୍‌ରେ ଘଟିଥିଲା। ଏକ ମାଲ୍‌ ବୋଝେଇ ଟ୍ରେନ୍‌ର ୩ଟି ବଗିକୁ ଛାଡ଼ି ଅନ୍ୟ ବଗି ସହ ଇଞ୍ଜିନ ଚାଲିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri