ରାଜଧାନୀରେ ଏକ ଗଣମାଧ୍ୟମ ସଂସ୍ଥାର ୫ଜଣଙ୍କୁ କରୋନା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ଚିହ୍ନଟ ହୋଇଥିବା ୧୨୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୫ଜଣ ଗଣମାଧ୍ୟମ ସଂସ୍ଥାର କର୍ମଚାରୀ ଅଛନ୍ତି। ସେମାନଙ୍କର ବୟସ ଯଥାକ୍ରମେ ୩୫, ୩୨, ୨୪,୨୮, ୩୦ ବର୍ଷ ଏବଂ ସମସ୍ତେ ପୁରୁଷ ଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୭୨ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୫୨ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୪୩ ଛୁଇଁଛି। ସେଥିରୁ ୫୭୪ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।