୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଉଛି ଖରା ତାତି। ରବିବାର ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଟିଟିଲାଗଡ଼ ୪୧.୪ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ୪ ସହର ମଧ୍ୟରେ ବଲାଙ୍ଗୀର ୪୧, ଅନୁଗୋଳ ୪୦.୧, ବୌଦ୍ଧ ୪୦ ଓ ବାରିପଦାର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଅଧିକାଂଶ ସହର ୪୦ ଡିଗ୍ରୀ ମୁହାଁ ହୋଇଛି। ସୋନପୁରର ତାପମାତ୍ରା ୩୯.୫ ରହିଥିବାବେଳେ ତାଳଚେର ୩୯, ଝାରସୁଗୁଡ଼ା ୩୮.୮, ସମ୍ବଲପୁର ୩୮.୬, ଫୁଲବାଣୀ ୩୮.୪, ନୟାଗଡ଼ ୩୮, ହୀରାକୁଦ ୩୭.୮, ଭୁବନେଶ୍ୱର ୩୭.୬, ଭବାନୀପାଟଣା ୩୭.୫, ସୁନ୍ଦରଗଡ଼ ୩୭.୫, କେନ୍ଦୁଝର ୩୭.୪, ଚାନ୍ଦବାଲି ୩୭.୩, କଟକ ୩୭.୨, ଯାଜପୁର ୩୭.୨, ରାୟଗଡ଼ା ୩୭.୧ ଓ ବୌଦ୍ଧରେ ୩୭ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପୂର୍ବ-ଉତ୍ତରପୂର୍ବ ଦିଗରେ ଗତିକରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ୨୧ ତାରିଖ ବେଳକୁ ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଓଡ଼ିଶା ତଥା ଭାରତର ମୁଖ୍ୟ ସ୍ଥଳଭାଗ ପ୍ରତି ଏହାର ବିପଦ ନାହିଁ। ଏହାର ପ୍ରଭାବ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ, ବାଂଲାଦେଶ ଓ ମ୍ୟାନମାରରେ ପଡ଼ିବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଏହା ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୧ ତାରିଖରେ ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସେହିପରି ୨୨ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ, ୨୩ ତାରିଖରେ ମଧ୍ୟଉପକୂଳବର୍ତ୍ତୀ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ। ୨୪ ତାରିଖରେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri