୪୦ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଉଛି ଖରା ତାତି। ରବିବାର ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଟିଟିଲାଗଡ଼ ୪୧.୪ ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ୪ ସହର ମଧ୍ୟରେ ବଲାଙ୍ଗୀର ୪୧, ଅନୁଗୋଳ ୪୦.୧, ବୌଦ୍ଧ ୪୦ ଓ ବାରିପଦାର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଅଧିକାଂଶ ସହର ୪୦ ଡିଗ୍ରୀ ମୁହାଁ ହୋଇଛି। ସୋନପୁରର ତାପମାତ୍ରା ୩୯.୫ ରହିଥିବାବେଳେ ତାଳଚେର ୩୯, ଝାରସୁଗୁଡ଼ା ୩୮.୮, ସମ୍ବଲପୁର ୩୮.୬, ଫୁଲବାଣୀ ୩୮.୪, ନୟାଗଡ଼ ୩୮, ହୀରାକୁଦ ୩୭.୮, ଭୁବନେଶ୍ୱର ୩୭.୬, ଭବାନୀପାଟଣା ୩୭.୫, ସୁନ୍ଦରଗଡ଼ ୩୭.୫, କେନ୍ଦୁଝର ୩୭.୪, ଚାନ୍ଦବାଲି ୩୭.୩, କଟକ ୩୭.୨, ଯାଜପୁର ୩୭.୨, ରାୟଗଡ଼ା ୩୭.୧ ଓ ବୌଦ୍ଧରେ ୩୭ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପୂର୍ବ-ଉତ୍ତରପୂର୍ବ ଦିଗରେ ଗତିକରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ୨୧ ତାରିଖ ବେଳକୁ ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଓଡ଼ିଶା ତଥା ଭାରତର ମୁଖ୍ୟ ସ୍ଥଳଭାଗ ପ୍ରତି ଏହାର ବିପଦ ନାହିଁ। ଏହାର ପ୍ରଭାବ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ, ବାଂଲାଦେଶ ଓ ମ୍ୟାନମାରରେ ପଡ଼ିବା ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଏହା ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୧ ତାରିଖରେ ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସେହିପରି ୨୨ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ, ୨୩ ତାରିଖରେ ମଧ୍ୟଉପକୂଳବର୍ତ୍ତୀ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ। ୨୪ ତାରିଖରେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?