୨ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ସିନାପାଲି,୯।୨(ଡି.ଏନ.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଭରୁଆମୁଣ୍ଡା ପଞ୍ଚାୟତ ବରପଦର ପ୍ରାଥମିକ ବିଦ୍ୟାଳୟ ଅବ୍ୟବସ୍ଥାରେ ଗତି କରୁଛି। ବିଦ୍ୟାଳୟରେ ୨ଟି ଶ୍ରେଣୀ ଗୃହରେ ବର୍ତ୍ତମାନ ୫ଟି ଶ୍ରେଣୀର ପ୍ରାୟ ୭୧ଜଣ ଛାତ୍ରୀଛାତ୍ର ପାଠପଢ଼ୁଥିବା ଜଣାପଡିଛି। ବିଦ୍ୟାଳୟରେ ରୋଷେଇ ଗୃହ ନ ଥିବା ବେଳେ ପାନୀୟ ଜଳ ଅସୁବିଧା ଦେଖାଦେଇଛି। ପ୍ରାପ୍ତ ଖବର ଅନୁସାରେ ୧୯୭୫ରେ ବିଦ୍ୟାଳୟ ସ୍ଥାପିତ ହୋଇଛି। ପ୍ରଥମରୁ ପଞ୍ଚମ ଯାଏ ମୋଟ ୭୧ଜଣ ଛାତ୍ରୀଛାତ୍ରଙ୍କ ପାଇଁ ୩ଜଣ ଶିକ୍ଷକ ରହିଛନ୍ତି। ୫ଟି ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ରହିଥିବା ୨ଟି କକ୍ଷରେ ଶିକ୍ଷାଦାନ ସମ୍ଭବ ହୋଇପାରୁ ନାହିଁ। ସେହିପରି ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ପାଇଁ ରୋଷେଇ ଗୃହ ନ ଥିବା ବେଳେ ପାନୀୟଜଳ ଘୋର ସମସ୍ୟା ଦେଖାଦେଇଛି। ଗତ ୨ବର୍ଷ ପୂର୍ବେ ବିଦ୍ୟାଳୟର ନଳକୂପରେ ମୋଟର ସଂଯୋଗ କରି ସୋଲାର ମାଧ୍ୟମରେ ଜଳ ଯୋଗାଇ ଦିଆଯିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲ। କିନ୍ତୁ କିଛି ଦିନ ପରେ ସୋଲାର ପ୍ଲେଟ ଚୋରି ହୋଇଯାଇଥିଲା। ଫଳରେ ଛାତ୍ରୀଛାତ୍ରଙ୍କ ପାଇଁ ପାନୀୟଜଳ ଯୋଗାଣ ବନ୍ଦ ହୋଇଛି। ନିକଟସ୍ଥ ଏକ ନଳକୂପରୁ ପାଣି ଆଣି ବ୍ୟବହାର କରାଯାଇଛି। ପୁଣି ସ୍ଥାନୀୟ ଏମଇ ସ୍କୁଲ ଛାତ୍ରୀଛାତ୍ରମାନେ ମଧ୍ୟ ଏହି ନଳକୂପରେ ନିର୍ଭର କରିଥାନ୍ତି। ଏ ସମସ୍ୟା ନେଇ ସ୍ଥାନୀୟ ବିଦ୍ୟାଳୟ କର୍ତ୍ତୃପକ୍ଷ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିବା ପ୍ରକାଶ କରିଛନ୍ତି। ସୋଲାର ପ୍ଲେଟ ଚୋରି ନେଇ ସିନାପାଲି ଥାନାରେ ଏତଲା ଦିଆଯାଇଥିବା ପ୍ରଧାନ ଶିକ୍ଷକ ଧବଲସିଙ୍ଗ ମାଝି କହିଛନ୍ତି। ହେଲେ ତାର ମଧ୍ୟ କୌଣସି ସୁଫଳ ମିଳିିନାହିଁ। ବିଦ୍ୟାଳୟ ସମସ୍ୟା ନେଇ ବାରମ୍ବାର ପ୍ରଶାସନ ନିକଟରେ ଦାବି କରି ଆସୁଥିଲେ ବି କୌଣସି ସୁଫଳ ମିଳି ନ ଥିବା ବିଦ୍ୟାଳୟ ଚେୟାରମ୍ୟାନ ପୀତାମ୍ବର ଛତ୍ରିଆ କହିଛନ୍ତି। ଆଗାମୀ ଦିନରେ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନାତ୍ମକପନ୍ଥା ଗ୍ରହଣ କରିବାକୁ ବାଧ୍ୟ ହେବୁ ବୋଲି ଚେୟାରମ୍ୟାନ କହିଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri