୨ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ସିନାପାଲି,୯।୨(ଡି.ଏନ.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଭରୁଆମୁଣ୍ଡା ପଞ୍ଚାୟତ ବରପଦର ପ୍ରାଥମିକ ବିଦ୍ୟାଳୟ ଅବ୍ୟବସ୍ଥାରେ ଗତି କରୁଛି। ବିଦ୍ୟାଳୟରେ ୨ଟି ଶ୍ରେଣୀ ଗୃହରେ ବର୍ତ୍ତମାନ ୫ଟି ଶ୍ରେଣୀର ପ୍ରାୟ ୭୧ଜଣ ଛାତ୍ରୀଛାତ୍ର ପାଠପଢ଼ୁଥିବା ଜଣାପଡିଛି। ବିଦ୍ୟାଳୟରେ ରୋଷେଇ ଗୃହ ନ ଥିବା ବେଳେ ପାନୀୟ ଜଳ ଅସୁବିଧା ଦେଖାଦେଇଛି। ପ୍ରାପ୍ତ ଖବର ଅନୁସାରେ ୧୯୭୫ରେ ବିଦ୍ୟାଳୟ ସ୍ଥାପିତ ହୋଇଛି। ପ୍ରଥମରୁ ପଞ୍ଚମ ଯାଏ ମୋଟ ୭୧ଜଣ ଛାତ୍ରୀଛାତ୍ରଙ୍କ ପାଇଁ ୩ଜଣ ଶିକ୍ଷକ ରହିଛନ୍ତି। ୫ଟି ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ରହିଥିବା ୨ଟି କକ୍ଷରେ ଶିକ୍ଷାଦାନ ସମ୍ଭବ ହୋଇପାରୁ ନାହିଁ। ସେହିପରି ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ପାଇଁ ରୋଷେଇ ଗୃହ ନ ଥିବା ବେଳେ ପାନୀୟଜଳ ଘୋର ସମସ୍ୟା ଦେଖାଦେଇଛି। ଗତ ୨ବର୍ଷ ପୂର୍ବେ ବିଦ୍ୟାଳୟର ନଳକୂପରେ ମୋଟର ସଂଯୋଗ କରି ସୋଲାର ମାଧ୍ୟମରେ ଜଳ ଯୋଗାଇ ଦିଆଯିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲ। କିନ୍ତୁ କିଛି ଦିନ ପରେ ସୋଲାର ପ୍ଲେଟ ଚୋରି ହୋଇଯାଇଥିଲା। ଫଳରେ ଛାତ୍ରୀଛାତ୍ରଙ୍କ ପାଇଁ ପାନୀୟଜଳ ଯୋଗାଣ ବନ୍ଦ ହୋଇଛି। ନିକଟସ୍ଥ ଏକ ନଳକୂପରୁ ପାଣି ଆଣି ବ୍ୟବହାର କରାଯାଇଛି। ପୁଣି ସ୍ଥାନୀୟ ଏମଇ ସ୍କୁଲ ଛାତ୍ରୀଛାତ୍ରମାନେ ମଧ୍ୟ ଏହି ନଳକୂପରେ ନିର୍ଭର କରିଥାନ୍ତି। ଏ ସମସ୍ୟା ନେଇ ସ୍ଥାନୀୟ ବିଦ୍ୟାଳୟ କର୍ତ୍ତୃପକ୍ଷ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିବା ପ୍ରକାଶ କରିଛନ୍ତି। ସୋଲାର ପ୍ଲେଟ ଚୋରି ନେଇ ସିନାପାଲି ଥାନାରେ ଏତଲା ଦିଆଯାଇଥିବା ପ୍ରଧାନ ଶିକ୍ଷକ ଧବଲସିଙ୍ଗ ମାଝି କହିଛନ୍ତି। ହେଲେ ତାର ମଧ୍ୟ କୌଣସି ସୁଫଳ ମିଳିିନାହିଁ। ବିଦ୍ୟାଳୟ ସମସ୍ୟା ନେଇ ବାରମ୍ବାର ପ୍ରଶାସନ ନିକଟରେ ଦାବି କରି ଆସୁଥିଲେ ବି କୌଣସି ସୁଫଳ ମିଳି ନ ଥିବା ବିଦ୍ୟାଳୟ ଚେୟାରମ୍ୟାନ ପୀତାମ୍ବର ଛତ୍ରିଆ କହିଛନ୍ତି। ଆଗାମୀ ଦିନରେ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନାତ୍ମକପନ୍ଥା ଗ୍ରହଣ କରିବାକୁ ବାଧ୍ୟ ହେବୁ ବୋଲି ଚେୟାରମ୍ୟାନ କହିଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri