ଗୋଟିଏ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ପଟ୍ଟାମୁଣ୍ଡାଇ,୯ା୧୧(କଳ୍ପତରୁ ନାୟକ)ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଉଛି। ଏଥିପାଇଁ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଯେଉଁ ଉଦ୍ଦେଶ୍ୟ ରଖି ସରକାର ଏଭଳି ବ୍ୟବସ୍ଥା କରୁଛନ୍ତି ତାହାର ବାସ୍ତବତାକୁ ନେଇ ପ୍ରଶ୍ନ ଉଠିଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀ ଗୃହ ନାହିଁ। ଗୋଟିଏ କୋଠରିରେ ବସୁଛନ୍ତି ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ଇଣ୍ଟା ସରକାରୀ ପ୍ରାଥମିକ ବିଦ୍ୟାଳୟର ଏପରି ସମସ୍ୟା ଦେଖିବାକୁ ମିଳିଥିବା ଅଭିଯୋଗ ହୋଇଛି।
ଜିଲା ଅଭିଭାବକ ମହାସଂଘ ସମ୍ପାଦକ ନରେନ୍ଦ୍ର ଧଳ କୁହନ୍ତି, ଖଡିଅଣ୍ଟା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୪୭ ଜଣ ଛାତ୍ରୀଛାତ୍ର ଅଛନ୍ତି। ଏଥିପାଇଁ ୨ ଜଣ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଛନ୍ତି। ହେଲେ ପିଲାମାନେ ବସି ପଢ଼ିବା ପାଇଁ ଶ୍ରେଣୀଗୃହ ନାହିଁ। ପୂର୍ବରୁ ଶିକ୍ଷାନୁଷ୍ଠାନ ପାଖରେ ଥିବା ବାତ୍ୟା ଆଶ୍ରୟସ୍ଥଳରେ ପାଠପଢା ହେଉଥିଲା। ବର୍ତ୍ତମାନ ବାତ୍ୟା ଆଶ୍ରୟସ୍ଥଳ କୋଠାଟି ଭାଙ୍ଗିରୁଜି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଗୋଟିଏ ଶ୍ରେଣୀ ଗୃହରେ ବିଭିନ୍ନ ଶ୍ରେଣୀର ୪୭ ପିଲାଙ୍କୁ ୨ ଜଣ ଶିକ୍ଷୟିତ୍ରୀ କେମିତି ପାଠ ପଢ଼ାଉଥିବେ ତାହା ସହଜରେ ଅନୁମାନ କରିହେଉଛି। କେବଳ ଏତିକିରେ ସ୍କୁଲ ସମସ୍ୟା ସରିନାହିଁ। ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ବସି ଖାଇବାକୁ ମଧ୍ୟ ଜାଗା ନାହିଁ। ଖୋଲା ଆକାଶ ତଳେ ବସି ସେମାନେ ମଧ୍ୟାହ୍ନ ଭୋଜନ ଖାଉଛନ୍ତି। ସ୍କୁଲ କମିଟି ସମ୍ପାଦକ ପ୍ରଶାନ୍ତ ଦାସ କହିଛନ୍ତି, ସ୍କୁଲର ଶ୍ରେଣୀ ଗୃହ ନ ଥିବାରୁ ଠିକ୍‌ ଭାବେ ପାଠ ପଢ଼ା ହୋଇପାରୁନାହିଁ। ଜଣେ ଶିକ୍ଷକ ଗୋଟାଏ ଶ୍ରେଣୀରେ ପାଠ ପଢ଼ାଇ ସାରିବା ପରେ ଆଉ ଗୋଟାଏ ଶ୍ରେଣୀରେ ପାଠ ପଢ଼ାଉଛନ୍ତି। ବର୍ଷେ ତଳୁ ଏ ନେଇ ଅଭିଯୋଗପତ୍ର ମାଧ୍ୟମରେ ବିଇଓ ଓ ଡିଇଓଙ୍କ ଦୃଷ୍ଟିଆକର୍ଷଣ କରାଯାଇଛି। ବର୍ତ୍ତମାନ ସ୍କୁଲ ଗୃହ ମରାମତି କାମ ହେଉଛି। ମାତ୍ର ତାହା ଠିକ୍‌ ଢଙ୍ଗରେ ହେଉନାହଁି। ପାଠପଢ଼ାରେ ହେଉଥିବା ଅସୁବିଧା ଦୂର କରିବାକୁ ଦାବି କରାଯାଇଛି। ହେଲେ ଏଯାଏ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖଡ଼ଇଣ୍ଟା ଗ୍ରାମର ବୁଦ୍ଧିଜୀବୀ ପ୍ରଭାକର ସେଠୀ, ସୁଶାନ୍ତ ସାମଲ, ଅଶୋକ ମହାନ୍ତି ପ୍ରମୁଖ କହିଛନ୍ତି, ସ୍କୁଲ୍‌ ରୂପାନ୍ତରୀକରଣ ଯୋଜନା ପ୍ରହସନ ପାଲଟିଛି। ଆମ ଗ୍ରାମ ସ୍କୁଲର ଘର ନାହଁି। ସରକାର ନୂଆ ଘର ତିଆରି କରୁ ନାହାନ୍ତି। ଗୋଟିଏ ଶ୍ରେଣୀ ଗୃହରେ ବସି ଛାତ୍ରୀଛାତ୍ର ପାଠ ପଢ଼ୁଥିବାରୁ ଭଲ ଭାବେ ଶିକ୍ଷାଦାନ ହୋଇପାରୁନାହିଁ। ଶିକ୍ଷାନୁଷ୍ଠାନ ପାଖରେ ଥିବା ବାତ୍ୟା ଆଶ୍ରୟସ୍ଥଳ କୋଠାଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଛାତରୁ ସିମେଣ୍ଟ ଖଣ୍ଡ ଖସୁଛି। ତେଣୁ ସେଠାରେ ପାଠପଢ଼ା ହେଉନାହିଁ। ଫଳରେ ଗୋଟିଏ କୋଠରିରେ ୫ ଶ୍ରେଣୀର ପିଲାମାନଙ୍କୁ ବସାଯାଇ ଶିକ୍ଷାଦାନ କରାଯାଉଛି। କେବଳ ଶ୍ରେଣୀଗୃହ ନୁହେଁ, ବିଦ୍ୟାଳୟ ଚାରିପାଖେ ପାଚେରି ନିର୍ମାଣ ହେଉନାହିଁ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ନାହିଁ। ବିଦ୍ୟାଳୟ ରାସ୍ତା ପକ୍କା ହୋଇ ନ ଥିବାରୁ ବର୍ଷାଦିନେ ପାଣି କାଦୁଅରେ ଯିବାକୁ ପିଲା ଅନିଚ୍ଛା ପ୍ରକାଶ କରୁଛନ୍ତି। ବିଦ୍ୟାଳୟର ପାଚେରି ନ ଥିବାରୁ ଗୋରୁ ଅବାଧରେ ପ୍ରବେଶ କରୁଛନ୍ତି। ଏ ନେଇ ଛାତ୍ର, ଅଭିଭାବକ ଓ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ତ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ଏବିଇଓ ଚନ୍ଦ୍ର ଶେଖର ତ୍ରିପାଠୀଙ୍କୁ ପଚାରିବାରେ ସ୍କୁଲର ଗୃହ ନ ଥିବା କଥା ପଞ୍ଚାୟତ ବୁଝୁଛି। ଶିକ୍ଷକ ନ ଥିବା ନେଇ କହିଥିଲେ, ସରକାରୀ ଗାଇଡ ଲାଇନ ଅନୁଯାୟୀ, ୩୦ ଜଣ ପିଲାରେ ଜଣେ ଶିକ୍ଷକ ଦିଆଯାଉଛି। ଯେହେତୁ ଖଡ଼ଇଣ୍ଟା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୪୭ ପିଲା ଥିବାରୁ ୨ ଜଣ ଶିକ୍ଷୟିତ୍ରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri