ଗୋଟିଏ ଗୃହରେ ୫ ଶ୍ରେଣୀ

ଡେରାବିଶ,୨୬ା୭ (ବେବର୍ତ୍ତା ଅଜୟ ଦାସ): ତୃଣମୂଳସ୍ତରରୁ ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାମାନ ପ୍ରଣୟନ କରାଯାଇଛି। ମାତ୍ର ଏବେ ବି ଛାତ୍ରୀଛାତ୍ରଙ୍କ ପାଇଁ ଆବଶ୍ୟକ ଶ୍ରେଣୀ ଗୃହ ନ ଥିବା ଯୋଗୁ ବାରଣ୍ଡା ଓ ଗୋଟିଏ ଗୃହରେ ୫ ଶ୍ରେଣୀର ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ। ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର କେଉଟକଣ୍ଡିଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ସମସ୍ୟା ଘେର ଭିତରେ ରହିଛି। ଆବଶ୍ୟକ ଶ୍ରେଣୀ ଗୃହ ନ ଥିବା ବେଳେ ଅସରାଏ ବର୍ଷା ହେଲେ ବିଦ୍ୟାଳୟକୁ ଯାଇଥିବା ରାସ୍ତା ପିଲାମାନଙ୍କ ପାଇଁ ବିପଦ ପାଲଟିଯାଏ।
୧୯୭୫ରେ ସ୍ଥାପିତ ଏହି ପ୍ରାଥମିକ ବିଦ୍ୟାଳୟରେ ବର୍ତ୍ତମାନ ୫ଟି ଶ୍ରେଣୀ ଚାଲିଛି। ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫୩ ରହିଛି। ସେମାନଙ୍କ ଶିକ୍ଷାଦାନ ପାଇଁ ୨ଜଣ ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ମାତ୍ର ଶ୍ରେଣୀ ଗୃହ ଅଭାବ ପାଇଁ ଶିକ୍ଷା ବିଭାଗ ପକ୍ଷରୁ ନିର୍ମିତ ଗୋଟିଏ ଗୃହରେ ଓ ବାରଣ୍ଡାରେ ଛାତ୍ରୀଛାତ୍ରମାନେ ଶିକ୍ଷା ଗ୍ରହଣ କରୁଛନ୍ତି। ଯେଉଁଥିପାଇଁ ଶିକ୍ଷାଦାନ ବ୍ୟବସ୍ଥା ବାଧାପ୍ରାପ୍ତ ହେଉଛି। ଯାହାକୁ ନେଇ ଅଭିଭାବକ ଓ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଆବଶ୍ୟକ ଗୃହ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ବ୍ଲକ ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ନିକଟରେ ଦାବି ହୋଇ ଆସୁଥିଲେ ମଧ୍ୟ ଏଯାଏ କୌଣସି ପଦକ୍ଷେପ ନିଆଯାଇ ନ ଥିବା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୂର୍ଯ୍ୟକାନ୍ତ ସେଠୀ କହିଛନ୍ତି। ସୂର୍ଯ୍ୟକାନ୍ତଙ୍କ କହିବା ଅନୁଯାୟୀ, ଦୀର୍ଘଦିନ ହେବ ଏକ ଅର୍ଦ୍ଧନିର୍ମିତ ଗୃହକୁ ସମ୍ପୂର୍ଣ୍ଣ କରିବାକୁ ବିଡିଓଙ୍କୁ ବାରମ୍ବାର ଲିଖିତ ଅଭିଯୋଗ କରାଯାଇଛି। ସେହିପରି ପିଲାଙ୍କ ମଧ୍ୟାହ୍ନଭୋଜନ ପାଇଁ ରୋଷେଇ ଘର ନ ଥିବାରୁ ଭଙ୍ଗା ଆଜ୍‌ବେଷ୍ଟସ ପକାଯାଇ ବର୍ତ୍ତମାନ ଭୋଜନ ପ୍ରସ୍ତୁତ ହେଉଛି। ବେଳେବେଳେ ଶ୍ରେଣୀ ଗୃହରେ ପିଲାଙ୍କୁ ଖାଦ୍ୟ ପରିବେଷଣ କରାଯାଉଥିବା ଗ୍ରାମର ପ୍ରଦୀପ୍ତ କୁମାର ସେଠୀ କହିଛନ୍ତି। ପ୍ରଦୀପ୍ତଙ୍କ କହିବା ଅନୁଯାୟୀ, ୩ବର୍ଷ ତଳେ ପିଲାଙ୍କ ପାଇଁ ନିର୍ମିତ ହୋଇଥିବା ଶୌଚାଳୟ ମଧ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଏହି ଶୌଚାଳୟ କାମ କରିବା ପାଇଁ କାର୍ଯ୍ୟାଦେଶ ପାଇଥିବା ଠିକାଦର ଅର୍ଦ୍ଧନିର୍ମିତ ଅବସ୍ଥାରେ ଛାଡ଼ି ପଳାଇଛନ୍ତି। ବିଦ୍ୟାଳୟକୁ ସଂଯୋଗ କରିଥିବା ରାସ୍ତାଟି ବିପଦପୂର୍ଣ୍ଣ ଥିବାବେଳେ ଏହି ବର୍ଷାରେ କର୍ଦ୍ଦମାକ୍ତ ହୋଇ ପଡୁଥିବାରୁ ପିଲାମାନେ ପଡ଼ି ଆହତ ହେବାର ନଜିର ମଧ୍ୟ ରହିଛି। ଗୁରୁବାର ୨ ଛାତ୍ର ଏହି ରାସ୍ତାରେ ପଡ଼ି ନିଜ ପୋଷାକ କାଦୁଅ ହୋଇଯାଇଥିବାରୁ ଖାଲି ଦେହରେ ପାଠ ପଢୁଥିବା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ବିଡିଓ ଦାଶରଥି ଜେନାଙ୍କୁ ପଚାରିବାରୁ ବିଦ୍ୟାଳୟ ରାସ୍ତା ଓ ଗୃହ ନିର୍ମାଣ ପାଇଁ ଆର୍ଥତ୍କ ଅନୁଦାନ ଦିଆଯାଇଛି। ଏହି କାମ କିପରି ଶୀଘ୍ର ହୋଇପାରିବ ସେ ନେଇ ପଦକ୍ଷେପ ନେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri