Posted inଜାତୀୟ

ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ଏମିତି ରହିଛି ସର୍ତ୍ତ, ଓଡ଼ିଶାକୁ…

ନୂଆଦିଲ୍ଲୀ, ୨୨।୭: ବିହାରକୁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ନେଇ ଜେଡିୟୁ ନେତା ମାଗିଥିବା ଉତ୍ତରରେ ରାଜ୍ୟ ଅର୍ଥମନ୍ତ୍ରୀ ପଙ୍କଜ ଚୌଧରୀ ଲିଖିତ ଭାବେ ଜଣାଇଛନ୍ତି । ସେ କହିଛନ୍ତି ଯେ ସ଼୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାକୁ ହେଲେ ଏଥିପାଇଁ ଉଦ୍ଧିଷ୍ଟ ରାଜ୍ୟକୁ ପାଞ୍ଚଟି ସର୍ତ୍ତ ପୂରଣ କରିବାକୁ ପଡ଼ିବ । ସେଗୁଡ଼ିକ ହେଲା-

୧. ରାଜ୍ୟର ଅଧିକାଂଶ ଅଞ୍ଚଳ ପାହାଡ଼ିଆ ଏବଂ କଠିନ ଭୂମି ହୋଇଥିବା ।

୨. ଉକ୍ତ ରାଜ୍ୟରେ କମ ଜନସଂଖ୍ୟା ଘନତା କିମ୍ବା ବହୁ ସଂଖ୍ୟାରେ ଆଦିବାସୀ ଜନସଂଖ୍ୟା ରହିଥିବ ।
୩. ରାଜ୍ୟର ପଡୋଶୀ ଦେଶ ସହିତ ସୀମାରେ ଗୁରୁତ୍ୱପୂର୍ଣ୍ଣ ରଣନୀତିକ ପରିସ୍ଥିତି ସୃଷ୍ଟି ହେଉଥିବ ।
୪. ଉକ୍ତ ରାଜ୍ୟ ଆର୍ଥିକ ସ୍ତରରେ ପଛୁଆ ରହିଥିବା ଏବଂ ମୌଳିକ ସୁବିଧା ଅଭାବ ରହିଥିବ ।
୫. ଅର୍ଥ ପାଇଁ ଆବଶ୍ୟକ ପ୍ରକୃତିର ଅଭାବ ରାଜ୍ୟରେ ରହିଥିବ ।

ଅର୍ଥମନ୍ତ୍ରୀ ପଙ୍କଜ ଚୌଧରୀଙ୍କ ଲିଖିତ ଉତ୍ତରରେ କୁହାଯାଇଛି ଯେ, ଏହି ପାଞ୍ଚଟି କାରଣକୁ ଧ୍ୟାନରେ ରଖି ରାଜ୍ୟର ର୍ନିଦ୍ଦିଷ୍ଟ ସ୍ଥିତିକୁ ପୃଥକ ଭାବରେ ବିଚାର କରିବା ପରେ ଗୋଟିଏ ରାଜ୍ୟକୁ ବିଶେଷ ମାନ୍ୟତା ଦେବା ପାଇଁ ନିଷ୍ପତ୍ତି ନିଆଯାଇଥାଏ । ଅନ୍ୟପଟେ ସଂସଦର ଉଭୟ ଗୃହରେ ଓଡ଼ିଶାକୁ ବାରମ଼୍ବାର ସ଼୍ବତନ୍ତ୍ର ରାଜ୍ୟ ଭାବେ ମାନ୍ୟତା ଦେବାକୁ ଦାବି ହୋଇଥିଲେ ହେଁ କେନ୍ଦ୍ର ସରକାର ଏନେଇ କୌଣସି ନିଷ୍ପତ୍ତି ନେଇନାହାନ୍ତି ।

ସୂଚନା ଥାଉକି, ମୋଦି ସରକାରଙ୍କ ତୃତୀୟ ପାଳି ବଜେଟ୍‌ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ ତାରିଖରେ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି । ଏହାର ଠିକ୍‌ ପୂର୍ବରୁ ବିହାରକୁ ବଡ଼ ଝଟ୍‌କା ଲାଗିଛି । ବିହାରର ସ଼୍ବତନ୍ତ୍ର ରାଜ୍ୟ ଦାବିକୁ ନେଇ ମୋଦି ସରକାର ଜବାବ ରଖିଛନ୍ତି । ରାଜ୍ୟ ଅର୍ଥମନ୍ତ୍ରୀ ପଙ୍କଜ ଚୌଧରୀ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ ଅନ୍ତଃ ମନ୍ତ୍ରାଳୟ ସମୂହର ୨୦୧୨ ରିପୋର୍ଟ ଆଧାରରେ ବିହାରକୁ ସ଼୍ବତନ୍ତ୍ର ରାଜ୍ୟ ମାନ୍ୟତା ଦିଆଯାଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?