ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣାରେ ୫ ବହିଷ୍କାର

ଭୁବନେଶ଼୍ବର, ୨୩।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦଳର ଶୃଙ୍ଖଳା ଭାଙ୍ଗିଥିବାରୁ ୫ ଜଣ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ବହିଷ୍କାର କରିଛି ଦଳ । ସେମାନଙ୍କୁ ପିସିସି ସଭାପତି ୬ ବର୍ଷ ପାଇଁ ବହିଷ୍କାର କରିଛନ୍ତି । ଏମାନେ ଶୁକ୍ରବାର ପିସିସି ସଭାପତିଙ୍କ ଚାମ଼୍ବରରେ ପଶି କାଳିମାଡ଼ କରିଥିବା ଅଭିଯୋଗ ହୋଇଥିଲା ।

ସୂଚନା ଥାଉକି କିଛି ଅସନ୍ତୁଷ୍ଟ ଗୋଷ୍ଠୀ କଂଗ୍ରେସ ଭବନରେ ପଶି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ କରିଥିଲେ । ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ ଆଲୋଚନା କରିଥିଲେ ।ଏନେଇପିସିସି ସଭାପତି ଶରତ ପଟ୍ଟନାୟକ କହିଥିଲ, ଛାତ୍ର ଜୀବନରୁ ମୁଁ ରାଜନୀତି କରି ଆସିଛି।ଏହି ସମୟ ଭିତରେରାଜନୀତିରେ ଉତ୍ଥାନ ଓ ପତ୍ତନ ଦେଖିଛି। ରାଜନୀତିରେ ଏପରି ହୁଏ।ଏଥିରେ ଭୟବୀତ ହେବାର କୌଣସି କାରଣ ନାହିଁ। ସରକାରଙ୍କ ବିରୋଧରେ କିଛି କାର୍ଯ୍ୟକ୍ରମ କରାଯିବାର ଅଛି।ଏଥିପାଇଁ କିଛିଦୁର୍ବୃତ୍ତମାନେ ଆସିଏପରି କାଣ୍ତ କରିଛନ୍ତି। ସେ ଆହୁରି କହିଛନ୍ତି,କଂଗ୍ରେସକୁ ଦବେଇବାକୁ ଚେଷ୍ଟା କଲେ ଦବାଇ ହେବ ନାହିଁ।

ଏହି ସମୟରେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼ ସୂଚନା ଦେଇଥିଲେ। ସେ କହିଥିଲେ, ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ କାହା ଇଙ୍ଗିତରେ ଏପରି ଘଟଣା ଘଟିଛି ତାହାର ତଦନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri