୫-ଟି ରୂପାନ୍ତରଣ ବିଦ୍ୟାଳୟରେ ଶିକ୍ଷକ ଅଭାବ

ମାଣିଆବନ୍ଧ,୪।୯(ଅଖିଳ କୁମାର ସାହୁ): ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। କିନ୍ତୁ ଅନେକ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। କଟକ ଜିଲା ବଡ଼ମ୍ବା ବ୍ଲକର ମାଣିଆବନ୍ଧ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପରିଲକ୍ଷିତ ହୋଇଛି। ସୂଚନା ମୁତାବକ, ଏହି ବିଦ୍ୟାଳୟକୁ ୫-ଟି ଯୋଜନାରେ ରୂପାନ୍ତରଣ କରାଯାଇଛି। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୧୮୦ ଓ ଷଷ୍ଠରୁ ଅଷ୍ଟମ ଶ୍ରେଣୀରେ ୧୬୭ ଏପରି ମୋଟ ୩୪୭ ଛାତ୍ରୀଛାତ୍ର ପଢ଼ୁଛନ୍ତି। ତେବେ ୮ଟି ଶ୍ରେଣୀକୁ ୭ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ଗୋଟିଏ ଶ୍ରେଣୀକକ୍ଷରେ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଛାତ୍ରୀଛାତ୍ର ବସୁଛନ୍ତି। ଏଭଳି ସ୍ଥିତିରେ ଜଣେ ଶିକ୍ଷକ ଅସୁସ୍ଥ ହେଲେ କିମ୍ବା ଅଫିସ କାମରେ ଛୁଟିରେ ଗଲେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଠାରେ ୧୦ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ଆବଶ୍ୟକ ଥିବାବେଳେ ମାତ୍ର ୭ଜଣ କିଭଳି ଶିକ୍ଷାଦାନ କରୁଥିବେ ତାହା ସହଜରେ ଅନୁମେୟ। ୫-ଟି ଅଧୀନରେ ବିଦ୍ୟାଳୟରେ ଭିତ୍ତିଭୂମି ସଜଡ଼ା ଯାଉଥିତ୍ଲେ ମଧ୍ୟ ଶିକ୍ଷକ ଅଭାବ ଦୂର କରିବାକୁ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ୨୦୨୨ ଡିସେମ୍ବରରେ ଉକ୍ତ ବିଦ୍ୟାଳୟରୁ ୨ ଜଣ ଶିକ୍ଷକ ଓ ଗତ ଅଗଷ୍ଟ ୧୨ରେ ଜଣେ ଶିକ୍ଷୟିତ୍ରୀଙ୍କୁ ମିଶାଇ ମୋଟ ୩ ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ଏଠାରୁ ପଦୋନ୍ନତି ପାଇ ଅନ୍ୟ ବିଦ୍ୟାଳୟକୁ ବଦଳି ହୋଇଯାଇଛନ୍ତି। ଏହାପରଠୁ ଉକ୍ତ ସ୍ଥାନ ଖାଲିପଡ଼ିଛି। ଇତିମଧ୍ୟରେ ଦୀର୍ଘ ୮ ମାସ ବିତିଯାଇଥିଲେ ମଧ୍ୟ ନୂତନ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ପରିଚାଳନା ପରିଷଦ ସଭାପତି ଓ ସଦସ୍ୟମାନେ ବଡ଼ମ୍ବା ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଖାଲି ପଡ଼ିଥିବା ଶିକ୍ଷକ ସ୍ଥାନରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଆବଶ୍ୟକ ଶିକ୍ଷକ ଯୋଗାଇଦେବା ପାଇଁ ଅନୁରୋଧ କରିଥିଲେ ମଧ୍ୟ ସେ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ପରିଚାଳନା କମିଟି ତରଫରୁ ଗତ ଜୁଲାଇ ୯ରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ମାଟ୍ରିକ ମେଧାବୀ ସମ୍ବର୍ଦ୍ଧନା ଉତ୍ସବରେ ଏ ବିଷୟରେ ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ମାତ୍ର ଏପର୍ଯ୍ୟନ୍ତ ଆବଶ୍ୟକ ଶିକ୍ଷକ ଯୋଗାଇ ଦିଆଯାଇନାହିଁ। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ପ୍ରକାଶଚନ୍ଦ୍ର ମତଗଜସିଂଙ୍କୁ ପଚାରିବାରେ, ଉକ୍ତ ବିଷୟରେ ମୁଁ ଅବଗତ ଅଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଶିକ୍ଷକ ପଦବୀ ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri