୫-ଟି ରୂପାନ୍ତରଣ ବିଦ୍ୟାଳୟରେ ଶିକ୍ଷକ ଅଭାବ

ମାଣିଆବନ୍ଧ,୪।୯(ଅଖିଳ କୁମାର ସାହୁ): ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। କିନ୍ତୁ ଅନେକ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନ ଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। କଟକ ଜିଲା ବଡ଼ମ୍ବା ବ୍ଲକର ମାଣିଆବନ୍ଧ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପରିଲକ୍ଷିତ ହୋଇଛି। ସୂଚନା ମୁତାବକ, ଏହି ବିଦ୍ୟାଳୟକୁ ୫-ଟି ଯୋଜନାରେ ରୂପାନ୍ତରଣ କରାଯାଇଛି। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୧୮୦ ଓ ଷଷ୍ଠରୁ ଅଷ୍ଟମ ଶ୍ରେଣୀରେ ୧୬୭ ଏପରି ମୋଟ ୩୪୭ ଛାତ୍ରୀଛାତ୍ର ପଢ଼ୁଛନ୍ତି। ତେବେ ୮ଟି ଶ୍ରେଣୀକୁ ୭ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଶିକ୍ଷାଦାନ କରୁଥିବା ଜଣାପଡ଼ିଛି। ଗୋଟିଏ ଶ୍ରେଣୀକକ୍ଷରେ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଛାତ୍ରୀଛାତ୍ର ବସୁଛନ୍ତି। ଏଭଳି ସ୍ଥିତିରେ ଜଣେ ଶିକ୍ଷକ ଅସୁସ୍ଥ ହେଲେ କିମ୍ବା ଅଫିସ କାମରେ ଛୁଟିରେ ଗଲେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଠାରେ ୧୦ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ଆବଶ୍ୟକ ଥିବାବେଳେ ମାତ୍ର ୭ଜଣ କିଭଳି ଶିକ୍ଷାଦାନ କରୁଥିବେ ତାହା ସହଜରେ ଅନୁମେୟ। ୫-ଟି ଅଧୀନରେ ବିଦ୍ୟାଳୟରେ ଭିତ୍ତିଭୂମି ସଜଡ଼ା ଯାଉଥିତ୍ଲେ ମଧ୍ୟ ଶିକ୍ଷକ ଅଭାବ ଦୂର କରିବାକୁ ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ୨୦୨୨ ଡିସେମ୍ବରରେ ଉକ୍ତ ବିଦ୍ୟାଳୟରୁ ୨ ଜଣ ଶିକ୍ଷକ ଓ ଗତ ଅଗଷ୍ଟ ୧୨ରେ ଜଣେ ଶିକ୍ଷୟିତ୍ରୀଙ୍କୁ ମିଶାଇ ମୋଟ ୩ ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ଏଠାରୁ ପଦୋନ୍ନତି ପାଇ ଅନ୍ୟ ବିଦ୍ୟାଳୟକୁ ବଦଳି ହୋଇଯାଇଛନ୍ତି। ଏହାପରଠୁ ଉକ୍ତ ସ୍ଥାନ ଖାଲିପଡ଼ିଛି। ଇତିମଧ୍ୟରେ ଦୀର୍ଘ ୮ ମାସ ବିତିଯାଇଥିଲେ ମଧ୍ୟ ନୂତନ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ପରିଚାଳନା ପରିଷଦ ସଭାପତି ଓ ସଦସ୍ୟମାନେ ବଡ଼ମ୍ବା ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଖାଲି ପଡ଼ିଥିବା ଶିକ୍ଷକ ସ୍ଥାନରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଆବଶ୍ୟକ ଶିକ୍ଷକ ଯୋଗାଇଦେବା ପାଇଁ ଅନୁରୋଧ କରିଥିଲେ ମଧ୍ୟ ସେ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ପରିଚାଳନା କମିଟି ତରଫରୁ ଗତ ଜୁଲାଇ ୯ରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ମାଟ୍ରିକ ମେଧାବୀ ସମ୍ବର୍ଦ୍ଧନା ଉତ୍ସବରେ ଏ ବିଷୟରେ ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ମାତ୍ର ଏପର୍ଯ୍ୟନ୍ତ ଆବଶ୍ୟକ ଶିକ୍ଷକ ଯୋଗାଇ ଦିଆଯାଇନାହିଁ। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ପ୍ରକାଶଚନ୍ଦ୍ର ମତଗଜସିଂଙ୍କୁ ପଚାରିବାରେ, ଉକ୍ତ ବିଷୟରେ ମୁଁ ଅବଗତ ଅଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଶିକ୍ଷକ ପଦବୀ ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?