୫-ଟି ରୂପାନ୍ତରଣ ହେବ ସବୁ ଡିଏଚ୍‌ଏଚ୍‌

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାରେ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ରାଜ୍ୟ ସରକାର ହସ୍ପିଟାଲଗୁଡ଼ିକୁ ୫-ଟି ରୂପାନ୍ତରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଜାନୁୟାରୀରୁ ଅକ୍ଟୋବର ମାସ ମଧ୍ୟରେ ହେବ। ତେବେ ଏହି ପର୍ଯ୍ୟାୟରେ କେଉଁ ହସ୍ପିଟାଲଗୁଡ଼ିକ ରୂପାନ୍ତରଣ ହେବ ତାହା ନିଷ୍ପତ୍ତି ହୋଇସାରିଛି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଜଣାଯାଇଛି। ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌୍‌), ରାଉରକେଲା ସରକାରୀ ହସ୍ପିଟାଲ ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପ୍ରଥମ ପର୍ଯ୍ୟାୟରେ ରୂପାନ୍ତରଣ ହେବ। ସେହିପରି ପ୍ରତ୍ୟେକ ବିଧାନସଭା ନିର୍ବାଚନ ମଣ୍ଡଳୀର ଗୋଟିଏ ହସ୍ପିଟାଲ ମଧ୍ୟ ରୂପାନ୍ତରଣ ହେବ। ତେବେ ଡିଏଚ୍‌ଏଚ୍‌୍‌, ରାଉରକେଲା ସରକାରୀ ହସ୍ପିଟାଲ ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଥିବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଉ ଅତିରିକ୍ତ ହସ୍ପିଟାଲ ରୂପାନ୍ତରଣ ହେବ ନାହିଁ। ବିଧାନସଭା ନିର୍ବାଚନ ମଣ୍ଡଳୀରେ କେଉଁ ହସ୍ପିଟାଲ ହେବାକୁ ଯୋଗ୍ୟ ହେବ ସେ ନେଇ ମଧ୍ୟ ମାନଦଣ୍ଡ ରହିଛି। ବିଧାନସଭା ନିର୍ବାଚନ ମଣ୍ଡଳୀରେ ଥିବା ଏଫ୍‌ଆର୍‌ୟୁ (ଫାଷ୍ଟ ରେଫରାଲ ୟୁନିଟ୍‌)କୁ ପ୍ରଥମେ ପ୍ରାଧାନ୍ୟ ଦିଆଯିବ। ଯଦି ସେହି ଏଫ୍‌ଆର୍‌ୟୁ ଚଳିତବର୍ଷ ରୂପାନ୍ତରଣ ହେବା ପାଇଁ ଯୋଗ୍ୟ ନ ଥିବ ତେବେ ସେହି ନିର୍ବାଚନମଣ୍ଡଳୀର କୌଣସି ଗୋଟିଏ ଏସ୍‌ଡିଏଚ୍‌ କିମ୍ବା ସିଏଚ୍‌ସିକୁ ମନୋନୀତ କରାଯାଇପାରିବ। ଯେଉଁ ନିର୍ବାଚନ ମଣ୍ଡଳୀରେ ଏଫ୍‌ଆର୍‌ୟୁ ନ ଥିବ ସେଠାରେ ଯେଉଁ ଏସ୍‌ଡିଏଚ୍‌ କିମ୍ବା ସିଏଚ୍‌ସିକୁ ଅଧିକ ରୋଗୀ ଆସୁଥିବେ ତାକୁ ପ୍ରାଧାନ୍ୟ ଦିଆଯିବ। ଯେଉଁ ହସ୍ପିଟାଲଗୁଡ଼ିକର ବିଲ୍ଡିଂ ସିଭିଲ କାମ ପାଇଁ ଅଧିକ ଖର୍ଚ୍ଚ ହେବାକୁ ଥିବ ତାହା ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇପାରିବ ନାହିଁ। ଯେଉଁ ହସ୍ପିଟାଲଗୁଡ଼ିକୁ ଅଧିକ ରୋଗୀ ଆସୁ ନ ଥିବେ ତାହା ମଧ୍ୟ ୫-ଟି ରୂପାନ୍ତରଣ ହୋଇପାରିବ ନାହିଁ। ତେଣୁ ନିର୍ବାଚନ ମଣ୍ଡଳୀର କେଉଁ ହସ୍ପିଟାଲ ରୂପାନ୍ତଣ ହେବ ତାହାର ତାଲିକା ଦେବା ପାଇଁ ଜିଲାପାଳମାନଙ୍କୁ ଚିଠିରେ କୁହାଯାଇଛି। ଏହି ତାଲିକା ଆସନ୍ତା ୫ଦିନ ମଧ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?