ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ସଙ୍କଟରେ ୫ ଦେଶ…

ଓ୍ବାଶିଂଟନ,୧୮।୭ : ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱରେ ବିପଦ ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଆମେରିକା, ଚାଇନା, ଦକ୍ଷିଣ କୋରିଆ, ଜାପାନ, ସ୍ପେନାରେ ସଙ୍କଟ ସୃଷ୍ଟି ହୋଇଛି। ଦକ୍ଷିଣ କୋରିଆରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଯୋଗୁଁ ୩ ଦିନରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାର ଆଲାସ୍କାରେ ଭୂକମ୍ପ ଘଟିଥିବାବେଳେ କାଲିଫର୍ନିଆର ତାପମାତ୍ରା ୫୪ ଡିଗ୍ରୀ ସେଲସିୟସରେ ପହଞ୍ଚିଛି। ବାତ୍ୟା ଯୋଗୁଁ ସମଗ୍ର ଆମେରିକାରେ ୧୬୦୦ ରୁ ଅଧିକ ବିମାନ ବାତିଲ କରାଯାଇଛି।

ଏହା ବ୍ୟତୀତ ସ୍ପେନର ଜଙ୍ଗଲରେ ନିଆଁ ଲାଗିଯାଇଛି। ଅନ୍ୟପକ୍ଷରେ ଚାଇନାରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଚାଇନାର କେତେକ ପ୍ରଦେଶରେ ସୋମବାର ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରିଛି। ଏହି ପରିବର୍ତ୍ତନଗୁଡିକ ପାଇଁ ପାଣିପାଗ ବିଶେଷଜ୍ଞମାନେ ବିଶେଷ ଭାବରେ ଚିନ୍ତିତ ଅଛନ୍ତି।

ସ୍ପେନର କାନାରି ଦ୍ୱୀପପୁଞ୍ଜରେ ଅଗ୍ନିକାଣ୍ଡ ଯୋଗୁ ୪,୦୦୦ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ପ୍ରାୟ ୯,୮୦୦ ଏକର ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ବ୍ୟାପିଛି। ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୧୨ ଘର ନଷ୍ଟ ହୋଇଯାଇଛି।

ଚାଇନାରେ ସାଇକ୍ଲୋନିକ ଝଡ ‘ତାଲିମ’ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଚଳିତ ବର୍ଷର ଚତୁର୍ଥ ସାଇକ୍ଲୋନିକ ଝଡ ଦେଶର ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଆଣିବ ବୋଲି ପୂର୍ବାନୁମାନ କରାଯାଇଛି।

ଜାପାନର ତାପମାତ୍ରା ରେକର୍ଡ ସ୍ତରକୁ ବୃଦ୍ଧି ପାଇବା ପରେ ଦେଶର ୪୭ ଟି ପ୍ରିଫେକ୍ଟର ମଧ୍ୟରୁ ୨୦ ଟିରେ ଏକ ଉତ୍ତାପ ଲହର ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏଥି ସହିତ ପ୍ରବଳ ବର୍ଷା ଯୋଗୁ କେତେକ ଅଞ୍ଚଳରେ ଭୂସ୍ଖଳନ ଘଟିଛି। ଟୋକିଓ ସମେତ କେତେକ ସ୍ଥାନରେ ତାପମାତ୍ରା ପ୍ରାୟ ୪୦ ଡିଗ୍ରୀ ସେଲସିୟସକୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?