ସ୍କୁଲ ରୂପାନ୍ତରଣରେ ୫ କୋଟି ଦୁର୍ନୀତି

ଡେରାବିଶ,୨ା୬(ସ୍ବ.ପ୍ର.): ଡେରାବିଶ ବ୍ଲକରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଗତ ୫ ବର୍ଷ ମଧ୍ୟରେ ବହୁ ଦୁର୍ନୀତି ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଳିକ ବୁଧବାର ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ସରକାର ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ନୋଡାଲ୍‌ ଉଚ୍ଚବିଦ୍ୟାଳୟରେ ଗୁଣାମତ୍କ ଶିକ୍ଷାରମାନ ବୃଦ୍ଧି କରିବା ପାଇଁ ୫-ଟି ଯୋଜନାରେ ଏଯାଏ ୧୩ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ ଭାବେ ଅନ୍ତର୍ଭୁକ୍ତ କରାଯାଇଛି ା ମାତ୍ର ବ୍ଲକ ପ୍ରଶାସନ ଓ ୫-ଟି ଯୋଜନାରେ ବିଦ୍ୟାଳୟର କାର୍ଯ୍ୟ କରୁଥିବା ଠିକାଦାର ଓ ବ୍ଲକ ପ୍ରଶାସନ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ପ୍ରାୟ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆମତ୍ସାତ ହୋଇଥିବା ଅଧ୍ୟକ୍ଷା ମଲ୍ଲିକ ଅଭିଯୋଗ କରିଛନ୍ତି। ଏପରିକି ଏହିସବୁ କାର୍ଯ୍ୟ ପାଇଁ ଅଧ୍ୟକ୍ଷାଙ୍କ ବିନା ଦସ୍ତଖତରେ ଠିକାଦାରଙ୍କୁ ବିଲ୍‌ ପୈଠ ପାଇଁ ପାଇଁ ସୁପାରିସ ହୋଇଥିବା ମଲ୍ଲିକ କହିଛନ୍ତି। ଏ ସଂକ୍ରାନ୍ତରେ ସେ ଜିଲାପାଳ, ଭିଜିଲାନ୍ସ ବିଭାଗ ଓ ୫-ଟି ସଚିବଙ୍କୁ ତଦନ୍ତ ପାଇଁ ଅନୁରୋଧ କରିଛନ୍ତି। ସେହିପରି ବିଭିନ୍ନ ପଞ୍ଚାୟତରେ ହେଉଥିବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ କରାଯାଉଥିବା କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ମଧ୍ୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା ମଲ୍ଲିକ ସୂଚନା ଦେଇଥିଲେ। ଏହାର ନିରପେକ୍ଷ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ସରୋଜକାନ୍ତ ସାହୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri