ସ୍କୁଲ ରୂପାନ୍ତରଣରେ ୫ କୋଟି ଦୁର୍ନୀତି

ଡେରାବିଶ,୨ା୬(ସ୍ବ.ପ୍ର.): ଡେରାବିଶ ବ୍ଲକରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଗତ ୫ ବର୍ଷ ମଧ୍ୟରେ ବହୁ ଦୁର୍ନୀତି ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଳିକ ବୁଧବାର ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ସରକାର ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ନୋଡାଲ୍‌ ଉଚ୍ଚବିଦ୍ୟାଳୟରେ ଗୁଣାମତ୍କ ଶିକ୍ଷାରମାନ ବୃଦ୍ଧି କରିବା ପାଇଁ ୫-ଟି ଯୋଜନାରେ ଏଯାଏ ୧୩ ବିଦ୍ୟାଳୟକୁ ସ୍ମାର୍ଟ ସ୍କୁଲ ଭାବେ ଅନ୍ତର୍ଭୁକ୍ତ କରାଯାଇଛି ା ମାତ୍ର ବ୍ଲକ ପ୍ରଶାସନ ଓ ୫-ଟି ଯୋଜନାରେ ବିଦ୍ୟାଳୟର କାର୍ଯ୍ୟ କରୁଥିବା ଠିକାଦାର ଓ ବ୍ଲକ ପ୍ରଶାସନ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ପ୍ରାୟ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆମତ୍ସାତ ହୋଇଥିବା ଅଧ୍ୟକ୍ଷା ମଲ୍ଲିକ ଅଭିଯୋଗ କରିଛନ୍ତି। ଏପରିକି ଏହିସବୁ କାର୍ଯ୍ୟ ପାଇଁ ଅଧ୍ୟକ୍ଷାଙ୍କ ବିନା ଦସ୍ତଖତରେ ଠିକାଦାରଙ୍କୁ ବିଲ୍‌ ପୈଠ ପାଇଁ ପାଇଁ ସୁପାରିସ ହୋଇଥିବା ମଲ୍ଲିକ କହିଛନ୍ତି। ଏ ସଂକ୍ରାନ୍ତରେ ସେ ଜିଲାପାଳ, ଭିଜିଲାନ୍ସ ବିଭାଗ ଓ ୫-ଟି ସଚିବଙ୍କୁ ତଦନ୍ତ ପାଇଁ ଅନୁରୋଧ କରିଛନ୍ତି। ସେହିପରି ବିଭିନ୍ନ ପଞ୍ଚାୟତରେ ହେଉଥିବା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ କରାଯାଉଥିବା କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ମଧ୍ୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା ମଲ୍ଲିକ ସୂଚନା ଦେଇଥିଲେ। ଏହାର ନିରପେକ୍ଷ ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ସରୋଜକାନ୍ତ ସାହୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri