ସୁନ୍ଦରଗଡ଼, ଯାଜପୁର ଜିଲାକୁ ୫ କୋଟି

ଭୁବନେଶ୍ୱର,୨୩ା୭(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା ସ୍ଥିତି ସମୀକ୍ଷା କରି ଏହି ଘୋଷଣା କରିଛନ୍ତି। ଏଥିସହ କଟକ ଏସ୍‌ସିବି ପରେ ଏବେ ପଶ୍ଚିମ ଓଡ଼ିଶା ପାଇଁ ରାଉରକେଲାର ଆଇଜିଏଚ୍‌ରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲାଯିବ। ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାର ଗୁରୁତର ରୋଗୀଙ୍କୁ ରାଉରକେଲାର ଆଇଜିଏଚ୍‌ ହସ୍ପିଟାଲରୁ ପ୍ଲାଜ୍‌ମା ଥେରାପି ଯୋଗାଇ ଦିଆଯିବ। ସେହିପରି ରାଉରକେଲା କୋଭିଡ୍‌ କେୟାର ସେଣ୍ଟରଗୁଡ଼ିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କରୋନା ଯୋଗୁ ସରକାର ବିଭିନ୍ନ ରଣନୀତି ଆପଣାଇଛନ୍ତି। ସ୍ଥିତି ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ କରିବା ଲାଗି ପଦକ୍ଷେପ ନେଇଛନ୍ତି। ସୁନ୍ଦରଗଡ଼ ଜିଲାରେ କୋଭିଡ୍‌ ଯୋଦ୍ଧାମାନଙ୍କର ଉଦ୍ୟମ ଓ ସେବା ପାଇଁ ଆରୋଗ୍ୟ ହାର ୮୫ ପ୍ରତିଶତରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। କୋଭିଡ୍‌ ପରିଚାଳନା ପାଇଁ ଡିଏମ୍‌ଏଫ୍‌ରୁ ସୁନ୍ଦରଗଡ଼ରେ ୨୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କୋଭିଡ୍‌ ହସ୍ପିଟାଲ ଓ କେୟାର ସେଣ୍ଟରଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଉ ୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି।
ରାଉରକେଲାର ବସ୍ତି ଓ ଜନଗହଳିପୂର୍ଣ୍ଣ ଅଞ୍ଚଳ ଉପରେ ଅଧିକ ଫୋକସ କରିବା ସହିତ ଘରକୁ ଘର ବୁଲି ପର୍ଯ୍ୟବେକ୍ଷଣ ଓ ସଂକ୍ରମିତ ଜୋନ୍‌ରେ ଟେଷ୍ଟିଂ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଜିଲା ପ୍ରଶାସନକୁ ସହଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ, ଏନ୍‌ଟିପିସି, ଏମ୍‌ସିଏଲ୍‌, ଓସିଏଲ୍‌କୁ ଧନ୍ୟବାଦ ଦେଇଛନ୍ତି।
ଯାଜପୁର ଜିଲାକୁ ଗତ କିଛିଦିନ ମଧ୍ୟରେ ୨୬ ହଜାରରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିଥିବାରୁ ଏବଂ ଆରୋଗ୍ୟ ହାର ୮୬.୫ ପତିଶତରେ ପହଞ୍ଚାଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି। ଏପର୍ଯ୍ୟନ୍ତ ଯାଜପୁର ଜିଲା ପ୍ରଶାସନ ଡିଏମ୍‌ଏଫ୍‌ରୁ କୋଭିଡ୍‌ ପରିଚାଳନା ଲାଗି ୧୩.୫ କୋଟି ଟଙ୍କା ଖର୍ଚ୍ଚ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜିଲା ପାଇଁ ଆଉ ୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହିତ ଜିଲାରେ କୋଭିଡ୍‌ ଚିକିତ୍ସା ପାଇଁ ଅଧିକ ୨୫୦ ଶଯ୍ୟା ବୃଦ୍ଧି କରିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଓ ଯାଜପୁର ଜିଲାର ବିଭିନ୍ନ ସାମାଜିକ ସଂଗଠନ ଓ କର୍ପୋରେଟ୍‌ ସଂସ୍ଥାଗୁଡ଼ିକୁ କୋଭିଡ୍‌ କେୟାର ହୋମ୍‌ ଓ କୋଭିଡ୍‌ କେୟାର ସେଣ୍ଟର ସ୍ଥାପନ କରିବା ପାଇଁ ଆଗେଇ ଆସିବାକୁ ଆହ୍ବାନ ଦେଇଛନ୍ତି।
ଯାଜପୁର ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ସୁନ୍ଦରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ନାୟକ, ଉଭୟ ଜିଲାର ଜିଲାପାଳ ଏବଂ ରାଉରକେଲା ମ୍ୟୁନିସିପାଲ କର୍ପୋରେଶନ କମିଶନର ସେମାନଙ୍କ ଅଞ୍ଚଳରେ କୋଭିଡ୍‌ ପରିଚାଳନା ବିଷୟ ଉପସ୍ଥାପନ କରିଥିଲେ।
ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?