ସୁନ୍ଦରଗଡ଼, ଯାଜପୁର ଜିଲାକୁ ୫ କୋଟି

ଭୁବନେଶ୍ୱର,୨୩ା୭(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା ସ୍ଥିତି ସମୀକ୍ଷା କରି ଏହି ଘୋଷଣା କରିଛନ୍ତି। ଏଥିସହ କଟକ ଏସ୍‌ସିବି ପରେ ଏବେ ପଶ୍ଚିମ ଓଡ଼ିଶା ପାଇଁ ରାଉରକେଲାର ଆଇଜିଏଚ୍‌ରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲାଯିବ। ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାର ଗୁରୁତର ରୋଗୀଙ୍କୁ ରାଉରକେଲାର ଆଇଜିଏଚ୍‌ ହସ୍ପିଟାଲରୁ ପ୍ଲାଜ୍‌ମା ଥେରାପି ଯୋଗାଇ ଦିଆଯିବ। ସେହିପରି ରାଉରକେଲା କୋଭିଡ୍‌ କେୟାର ସେଣ୍ଟରଗୁଡ଼ିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କରୋନା ଯୋଗୁ ସରକାର ବିଭିନ୍ନ ରଣନୀତି ଆପଣାଇଛନ୍ତି। ସ୍ଥିତି ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ କରିବା ଲାଗି ପଦକ୍ଷେପ ନେଇଛନ୍ତି। ସୁନ୍ଦରଗଡ଼ ଜିଲାରେ କୋଭିଡ୍‌ ଯୋଦ୍ଧାମାନଙ୍କର ଉଦ୍ୟମ ଓ ସେବା ପାଇଁ ଆରୋଗ୍ୟ ହାର ୮୫ ପ୍ରତିଶତରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। କୋଭିଡ୍‌ ପରିଚାଳନା ପାଇଁ ଡିଏମ୍‌ଏଫ୍‌ରୁ ସୁନ୍ଦରଗଡ଼ରେ ୨୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କୋଭିଡ୍‌ ହସ୍ପିଟାଲ ଓ କେୟାର ସେଣ୍ଟରଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଉ ୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି।
ରାଉରକେଲାର ବସ୍ତି ଓ ଜନଗହଳିପୂର୍ଣ୍ଣ ଅଞ୍ଚଳ ଉପରେ ଅଧିକ ଫୋକସ କରିବା ସହିତ ଘରକୁ ଘର ବୁଲି ପର୍ଯ୍ୟବେକ୍ଷଣ ଓ ସଂକ୍ରମିତ ଜୋନ୍‌ରେ ଟେଷ୍ଟିଂ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଜିଲା ପ୍ରଶାସନକୁ ସହଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ, ଏନ୍‌ଟିପିସି, ଏମ୍‌ସିଏଲ୍‌, ଓସିଏଲ୍‌କୁ ଧନ୍ୟବାଦ ଦେଇଛନ୍ତି।
ଯାଜପୁର ଜିଲାକୁ ଗତ କିଛିଦିନ ମଧ୍ୟରେ ୨୬ ହଜାରରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିଥିବାରୁ ଏବଂ ଆରୋଗ୍ୟ ହାର ୮୬.୫ ପତିଶତରେ ପହଞ୍ଚାଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି। ଏପର୍ଯ୍ୟନ୍ତ ଯାଜପୁର ଜିଲା ପ୍ରଶାସନ ଡିଏମ୍‌ଏଫ୍‌ରୁ କୋଭିଡ୍‌ ପରିଚାଳନା ଲାଗି ୧୩.୫ କୋଟି ଟଙ୍କା ଖର୍ଚ୍ଚ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜିଲା ପାଇଁ ଆଉ ୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହିତ ଜିଲାରେ କୋଭିଡ୍‌ ଚିକିତ୍ସା ପାଇଁ ଅଧିକ ୨୫୦ ଶଯ୍ୟା ବୃଦ୍ଧି କରିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଓ ଯାଜପୁର ଜିଲାର ବିଭିନ୍ନ ସାମାଜିକ ସଂଗଠନ ଓ କର୍ପୋରେଟ୍‌ ସଂସ୍ଥାଗୁଡ଼ିକୁ କୋଭିଡ୍‌ କେୟାର ହୋମ୍‌ ଓ କୋଭିଡ୍‌ କେୟାର ସେଣ୍ଟର ସ୍ଥାପନ କରିବା ପାଇଁ ଆଗେଇ ଆସିବାକୁ ଆହ୍ବାନ ଦେଇଛନ୍ତି।
ଯାଜପୁର ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ସୁନ୍ଦରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ନାୟକ, ଉଭୟ ଜିଲାର ଜିଲାପାଳ ଏବଂ ରାଉରକେଲା ମ୍ୟୁନିସିପାଲ କର୍ପୋରେଶନ କମିଶନର ସେମାନଙ୍କ ଅଞ୍ଚଳରେ କୋଭିଡ୍‌ ପରିଚାଳନା ବିଷୟ ଉପସ୍ଥାପନ କରିଥିଲେ।
ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri