୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ୧୦ ଜିଲାକୁ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ କଟକ ଓ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି ଓ ନବରଙ୍ଗପୁରରେ ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଅନ୍ୟପକ୍ଷରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲାରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ୨୩ ତାରିଖ ଯାଏ ଝଡ଼ବର୍ଷା ଲାଗି ରହିବ। ଘଡ଼ଘଡ଼ି ଓ କୁଆପଥର ପଡିବା ସମୟରେ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri