୫ଦିନ ପ୍ରବଳ ବର୍ଷା: ୩ ଦିନରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଥିପାଇଁ କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପ୍ରାକ୍‌-ମୌସୁମୀ ବର୍ଷା ଲାଗି ରହିଛି। ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ(୭ରୁ ୧୧ସେମି)ରୁ ଅତିପ୍ରବଳ(୧୧ରୁ ୨୦ସେମି) ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସୋମବାର କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କଟକରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ଏବଂ ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ବୁଧବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ଗୁରୁବାରଠାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ରବିବାର ସମ୍ବଲପୁରରେ ସର୍ବାଧିକ ୩୯ ମିମି ବର୍ଷା ହୋଇଥିବାବେଳେ ହୀରାକୁଦରେ ୩୪, ନୟାଗଡ଼ ୩୪, ବାରିପଦା ୨୩, ଝାରସୁଗୁଡ଼ା ୧୩.୪, ଅନୁଗୋଳ ୬, କଟକ ୨, ଭୁବନେଶ୍ୱର ୧ ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri