Posted inଜାତୀୟ

ରକ୍ତାକ୍ତ ସଂଘର୍ଷ: ୫ ମୃତ, ଅନେକ ଆହତ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଦଟିଆ ଜିଲା ରେ ପଶୁ ଚରାଇବା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଗୁଳି ବିନିମୟ ହୋଇ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ରୁ ଅଧିକ ଆହତ ହୋଇଥିଲେ। ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ଦଟିଆ ଜିଲାର ଜଣେ ବିଧାୟକ।
ପୋଲିସର ସୂଚନାନୁସାରେ, ସିଭିଲ ଲାଇନ ପୋଲିସ ଷ୍ଟେଷନ ଅଞ୍ଚଳର ରେଡା ଗାଁର ଡାଙ୍ଗି ଏବଂ ପାଲ ସମ୍ପ୍ରଦାୟର ଦୁଇ ପରିବାର ମଧ୍ୟରେ କ୍ଷେତରେ ପ୍ରବେଶ କରୁଥିବା ପଶୁକୁ ନେଇ ବିବାଦ ଲାଗି ରହିଥିଲା। ଏଥିପାଇଁ ଗାଁରେ ଏକ ପଞ୍ଚାୟତ ଡକାଯାଇଥିଲା। ଏହି ସମୟ ମଧ୍ୟରେ ପ୍ରକାଶ ଡାଙ୍ଗି ଏବଂ ପ୍ରୀତମ ପାଲଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ବିବାଦ ଏତେ ବଢିଯାଇଥିଲା ଯେ ଏହା ଗୁଳି ବିନିମୟରେ ପହଞ୍ଚିଥିଲା। ଏହି ଗୁଳି ବିନିମୟରେ ଉଭୟ ପକ୍ଷରୁ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତ ଲୋକଙ୍କୁ ଡାକ୍ତରଖାନା ପଠାଯାଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ଏହି ପ୍ରସଙ୍ଗରେ ରାଜନୀତି ମଧ୍ୟ ଆରମ୍ଭ ହୋଇଛି। ରାଜ୍ୟ କଂଗ୍ରେସ ସଭାପତି କମଲ ନାଥ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନ ଉଠାଇ କହିଛନ୍ତି ଯେ ମଧ୍ୟପ୍ରଦେଶରେ ଆଇନ ଶୃଙ୍ଖଳା ଭାଙ୍ଗି ପଡିଛି। ଆଇନ ଶୃଙ୍ଖଳା ପରିଚାଳନା କରୁଥିବା ଗୃହମନ୍ତ୍ରୀଙ୍କ ଜିଲାରେ ଏଭଳି ଘଟଣା ନିନ୍ଦନୀୟ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri