ରାଇରଙ୍ଗପୁର/ଝାରସୁଗୁଡ଼ା ଅଫିସ,(ଡି.ଏନ୍‌.ଏ.): ରାଜ୍ୟର ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ରବିବାର ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଦୁଇଟି ସ୍ଥାନରେ ବଜ୍ରପାତ ଘଟି ନାବାଳିକାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ ତିରିଂ ଥାନା ଅଧୀନ ବାରୁଡିହି ଗାଁର ଶ୍ୟାମ ପୂର୍ତ୍ତି ଓ ବହଲଦା ଥାନା ଅନ୍ତର୍ଗତ ନିମଡିହି ଗାଁର ରାନୀ ମୁଣ୍ଡା(୨୫) ଓ ତାଙ୍କ ଝିଆରୀ ପାନ ମୁଣ୍ଡା(୭)।

ମିଳିଥିବା ସୂଚନା ମୁତାବକ, ଶ୍ୟାମ ଗାଈ ଚରାଉଥିବା ବେଳେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ଦେଖି ତାଙ୍କୁ ଉଦ୍ଧାର କରି ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ରାନୀ ଓ ତାଙ୍କ ଝିଆରୀ ପାନ ସାଙ୍ଗହୋଇ ଗାଁ ନିକଟ ନାଳକୁ ଗାଧୋଇବାକୁ ଯାଇଥିଲେ। ବର୍ଷାହେବାରୁ ସେମାନେ ଏକ ଗଛମୂଳେ ଆଶ୍ରୟ ନେଇଥିଲେ। ସେତିକିବେଳେ ବଜ୍ରପାତ ହୋଇଥିଲା। ଫଳରେ ସେମାନେ ସେଠାରେ ଚେତାଶୂନ୍ୟ ହୋଇପଡ଼ିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ବହଲଦା ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ରାନୀ ଓ ପାନଙ୍କୁ ମୃତ ଘୋଷଣା କରିଥିଲେ। ଏହି ଗଛତଳେ ଆଶ୍ରୟ ନେଇଥିବା ଅନ୍ୟ ଜଣେ ଆହତ ହୋଇଛନ୍ତି। ସେ ହେଲେ ଲେଚେ ମୁଣ୍ଡା। ତାଙ୍କ ଘର ବାରୁଡିହି ଗାଁରେ। ସେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ତିରିଂ ଏବଂ ବହଲଦା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ରାଇରଙ୍ଗପୁର ଡାକ୍ତରଖାନା ପଠାଇଛି। ଏ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।

ଅନ୍ୟପକ୍ଷେ ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବାସୁପାଲି ଗ୍ରାମରେ ମଧ୍ୟ ଏଭଳି ଏକ ଅଘଟଣ ଘଟିଛି। ସମ୍ପର୍କୀୟଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ଆସିଥିବା ମା’ପୁଅଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ପ୍ରକାଶ କରିଛନ୍ତି। ମୃତକ ହେଲେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଦର୍ଲିପାଲି ଗ୍ରାମର କସ୍ତୁରୀ ରୋହିଦାସ(୫୦) ଓ ତାଙ୍କ ପୁଅ ଡୋଲାମଣି ରୋହିଦାସ(୨୭)। ବଜ୍ରାଘାତରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ବାସୁପାଲିର ମହେନ୍ଦ୍ର ରୋହିଦାସ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ସମସ୍ତେ ବାସୁପାଲି ଗାଁକୁ ସମ୍ପର୍କୀୟଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଆସିଥିଲେ। ଭୋଜି ଚାଲିଥିବା ବେଳେ ବଜ୍ରପାତ ଘଟିଥିଲା। ଫଳରେ ମା’ପୁଅ ଚେତାଶୂନ୍ୟ ହୋଇପଡ଼ିଥିଲେ। ପରେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ମା’ପୁଅଙ୍କ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri