ରାଇରଙ୍ଗପୁର/ଝାରସୁଗୁଡ଼ା ଅଫିସ,(ଡି.ଏନ୍‌.ଏ.): ରାଜ୍ୟର ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ରବିବାର ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଦୁଇଟି ସ୍ଥାନରେ ବଜ୍ରପାତ ଘଟି ନାବାଳିକାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ ତିରିଂ ଥାନା ଅଧୀନ ବାରୁଡିହି ଗାଁର ଶ୍ୟାମ ପୂର୍ତ୍ତି ଓ ବହଲଦା ଥାନା ଅନ୍ତର୍ଗତ ନିମଡିହି ଗାଁର ରାନୀ ମୁଣ୍ଡା(୨୫) ଓ ତାଙ୍କ ଝିଆରୀ ପାନ ମୁଣ୍ଡା(୭)।

ମିଳିଥିବା ସୂଚନା ମୁତାବକ, ଶ୍ୟାମ ଗାଈ ଚରାଉଥିବା ବେଳେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ଦେଖି ତାଙ୍କୁ ଉଦ୍ଧାର କରି ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ରାନୀ ଓ ତାଙ୍କ ଝିଆରୀ ପାନ ସାଙ୍ଗହୋଇ ଗାଁ ନିକଟ ନାଳକୁ ଗାଧୋଇବାକୁ ଯାଇଥିଲେ। ବର୍ଷାହେବାରୁ ସେମାନେ ଏକ ଗଛମୂଳେ ଆଶ୍ରୟ ନେଇଥିଲେ। ସେତିକିବେଳେ ବଜ୍ରପାତ ହୋଇଥିଲା। ଫଳରେ ସେମାନେ ସେଠାରେ ଚେତାଶୂନ୍ୟ ହୋଇପଡ଼ିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ବହଲଦା ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ରାନୀ ଓ ପାନଙ୍କୁ ମୃତ ଘୋଷଣା କରିଥିଲେ। ଏହି ଗଛତଳେ ଆଶ୍ରୟ ନେଇଥିବା ଅନ୍ୟ ଜଣେ ଆହତ ହୋଇଛନ୍ତି। ସେ ହେଲେ ଲେଚେ ମୁଣ୍ଡା। ତାଙ୍କ ଘର ବାରୁଡିହି ଗାଁରେ। ସେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ତିରିଂ ଏବଂ ବହଲଦା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ରାଇରଙ୍ଗପୁର ଡାକ୍ତରଖାନା ପଠାଇଛି। ଏ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।

ଅନ୍ୟପକ୍ଷେ ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବାସୁପାଲି ଗ୍ରାମରେ ମଧ୍ୟ ଏଭଳି ଏକ ଅଘଟଣ ଘଟିଛି। ସମ୍ପର୍କୀୟଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ଆସିଥିବା ମା’ପୁଅଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ପ୍ରକାଶ କରିଛନ୍ତି। ମୃତକ ହେଲେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଦର୍ଲିପାଲି ଗ୍ରାମର କସ୍ତୁରୀ ରୋହିଦାସ(୫୦) ଓ ତାଙ୍କ ପୁଅ ଡୋଲାମଣି ରୋହିଦାସ(୨୭)। ବଜ୍ରାଘାତରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ବାସୁପାଲିର ମହେନ୍ଦ୍ର ରୋହିଦାସ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ସମସ୍ତେ ବାସୁପାଲି ଗାଁକୁ ସମ୍ପର୍କୀୟଙ୍କ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଆସିଥିଲେ। ଭୋଜି ଚାଲିଥିବା ବେଳେ ବଜ୍ରପାତ ଘଟିଥିଲା। ଫଳରେ ମା’ପୁଅ ଚେତାଶୂନ୍ୟ ହୋଇପଡ଼ିଥିଲେ। ପରେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ମା’ପୁଅଙ୍କ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri