କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।