Posted inଜାତୀୟ

୩ ବର୍ଷର ଶିଶୁକନ୍ୟାଙ୍କୁ କ୍ଷତବିକ୍ଷତ କଲେ ୫ ବୁଲା କୁକୁର…

ଭୋପାଳ, ୨।୧ : ବୁଲା କୁକୁରଙ୍କ ଦୌରାତ୍ମ୍ୟ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୃଦ୍ଧି ପାଇବାରେ ଲାଗିଛି। ସ୍ଥାନୀୟ ବାଗସଓ୍ବେନିଆର ଅଞ୍ଜଳି ବିହାର ଫେଜ୍‌-୨ରେ ତିନି ବର୍ଷର ନିରୀହ ଶିଶୁକନ୍ୟାଙ୍କ ଉପରେ ୫ ବୁଲା କୁକୁର ଆକ୍ରମଣ କରି କ୍ଷତବିକ୍ଷତ କରିଛନ୍ତି। ଏହି ଆକ୍ରମଣ ଅଭିଯୋଗକୁ ମଧ୍ୟପ୍ରଦେଶ ମାନବ ଅଧିକାର ଆୟୋଗ ଗ୍ରହଣ କରିଛି। ଶନିବାର ସନ୍ଧ୍ୟାରେ ଶିଶୁକନ୍ୟା ଜଣକ ଘର ବାହାର ରାସ୍ତାରେ ବୁଲୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି।

ଶିଶୁକନ୍ୟାଙ୍କ ବାପା ଏକ ନିର୍ମାଣଧୀନ କୋଠାରେ ଶ୍ରମିକ ଭାବରେ କାର୍ଯ୍ୟ କରନ୍ତି। ଶିଶୁକନ୍ୟା ଜଣଙ୍କ କୋଠା ନିକଟରେ ଖେଳୁଥିଲା। ସେଠାରେ ହଠାତ୍‌ ଏକ ବୁଲା କୁକୁର ଦଳ ପହଞ୍ଚି ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କର ମୁଣ୍ଡ, କାନ ଏବଂ ହାତରେ ଗଭୀର କାମୁଡ଼ା କ୍ଷତ ସୃଷ୍ଟି ହୋଇଛି।

ବର୍ତ୍ତମାନ ଡାକ୍ତରଖାନାରେ ଶିଶୁକନ୍ୟାଙ୍କର ଚିକିତ୍ସା ଚାଲିଛି। ଏହି ଘଟଣାକୁ ଗୁରୁତର ବିଷୟ ଭାବେ ଗ୍ରହଣ କରି ମଧ୍ୟପ୍ରଦେଶ ମାନବ ଅଧିକାର ଆୟୋଗ ଆସନ୍ତା ସାତ ଦିନ ମଧ୍ୟରେ ଭୋପାଳ ମ୍ୟୁନିସିପାଲିଟି କର୍ପୋରେଶନ କମିଶନର ଏବଂ ଭୋପାଳ ଜିଲା ପ୍ରଶାସନର ସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କଠାରୁ ଉତ୍ତର ମାଗିଛନ୍ତି। ଆୟୋଗଙ୍କ ତରଫରୁ ମ୍ୟୁନିସିପାଲିଟି କର୍ପୋରେଶନ ଏବଂ କମିଶନରଙ୍କୁ କେତେକ ପଏଣ୍ଟଗୁଡିକ ଉପରେ ବିସ୍ତୃତ ସୂଚନା ଦେବାକୁ କହିଛନ୍ତି।

ସେଗୁଡ଼ିକ ହେଉଛି, ବୁଲା କୁକୁର ଜନ୍ମ ନିୟନ୍ତ୍ରଣ ନିୟମ ୨୦୦୧ ଅଧୀନରେ ନିଆଯାଇଥିବା କାର୍ଯ୍ୟ ବିଷୟରେ ସୂଚନା। ୨୦୨୧ରେ କେତେ ବୁଲା କୁକୁର ଷ୍ଟେରଲାଇଜଡ୍‌ ହୋଇଛନ୍ତି। ଏହାର ସୂଚନା ୱାର୍ଡ ଅନୁସାରେ। କେତେ ଜଳାତଙ୍କ କୁକୁର ସହର ବାହାରକୁ ନିଆଯାଇଛି। ନିୟମ ଅନୁଯାୟୀ ମନିଟରିଂ କମିଟିର ମାସିକ ବୈଠକର ନକଲ। ବୁଲା କୁକୁର କାମୁଡ଼ିବା ଘଟଣାର ବିବରଣୀ ଏବଂ ପ୍ରତ୍ୟେକ ଘଟଣାରେ ନିଗମ ଦ୍ୱାରା ଗ୍ରହଣ କରାଯାଇଥିବା ପଦକ୍ଷେବ। ବର୍ତ୍ତମାନ ଘଟଣାରେ ପୀଡିତା ଶିଶୁକନ୍ୟାଙ୍କ ପାଇଁ ପ୍ରଦାନ କରାଯାଇଥିବା କ୍ଷତିପୂରଣ ପରିମାଣ।

ଏବେ ଏହାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri