Posted inଜାତୀୟ

ଜଣଙ୍କୁ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ୫ ଜଣ

ଆଗ୍ରା,୧୭।୩: ସେପ୍ଟିକ ଟ୍ୟାଙ୍କରେ ବୁଡ଼ି ପ୍ରାଣ ହରାଇଛନ୍ତି ୩ ଭାଇଙ୍କ ସମେତ ୫ ଜଣ। ଏଭଳି ହୃଦୟ ବିଦାରକ ଘଟଣା ଆଗ୍ରାର ଫତେହାବାଦ ଥାନା ଅନ୍ତର୍ଗତ ପ୍ରତାପପୁରା ଗ୍ରାମରେ ଘଟିଛି। ଫତେହାବାଦ ଥାନାର ବରିଷ୍ଠ ପୋଲିସ ଅଧିକରୀ ବାବଲୁ କୁମାରଙ୍କ ଅନୁଯାୟୀ, ଖେଳିଲାବେଳେ ସେପ୍ଟିକ ଟ୍ୟାଙ୍କରେ ଖସି ପଡ଼ିଥିଲେ ୧୦ ବର୍ଷୀୟ ଅନୁରାଗ । ତାଙ୍କୁ ବଞ୍ଚାଇବାକୁ ଯାଇ ସୋନୁ (୨୫), ରାମ ଖିଲାଡି, ହରିମୋହନ (୧୬) ଓ ଅବିନାଶ (୧୨) ପ୍ରାଣ ହରାଇଥିଲେ ।

ହରିମୋହନ, ଅବିନାଶ ଓ ଅନୁରାଗ ଭାଇ ଥିଲେ। ସେମାନଙ୍କୁ ପାଣି ଟାଙ୍କିରୁ ଉଦ୍ଧାର କରିବା ପରେ ମେଡିକାଲ ନେଇଥିଲେ ଗାଁ ଲୋକେ। ହେଲେ ସେତେବେଳକୁ ସେମାନଙ୍କ ମୃତ୍ୟୁ ହୋଇସାରିଥିଲା। ଘଟଣାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri