ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗାର ସୁକାନ୍ତ କୁମାର ସାହୁ ଏବଂ ରାଇକିଆର ସନ୍ତୋଷ କୁମାର ଲେଙ୍କା ନିର୍ବାଚିତ ହୋଇଛନ୍ତି ସେମାନଙ୍କୁ ଜିଲାର ସମସ୍ତ ମଣ୍ଡଳ ସଭାପତିମାନେ ମତ ଦେଇଥିବା ଜଣାପଡିଛି। ଦାରିଙ୍ଗବାଡିର ସୁକାନ୍ତ ଭାଜପାର ଜଣେ ଆଗଧାଡିର ସକ୍ରିୟ କର୍ମକର୍ତ୍ତା ଭାବେ ଜଣାଶୁଣା ରହିଥିବା ବେଳେ ସେ ଜିଲାର ନିର୍ବାଚନ ଅଧିକାରୀ ଭାବେ ସଫଳତାର ସହ କାର୍ଯ୍ୟ ସମ୍ପାଦନା କରିଛନ୍ତି। ତାଙ୍କ ପ୍ରତି ଦଳ ଭରସା କରି ବିଭିନ୍ନ ଦାୟିତ୍ୱ ପ୍ରଦାନ କରିଥିବାବେଳେ ସେ ତାକୁ ସଫଳତାର ସହ ନିର୍ବାହ କରୁଥିବା ନଜିର ରହିଛି। ସେହିପରି ଅନ୍ୟତମ ପରିଷଦ ସଦସ୍ୟ ସନ୍ତୋଷଙ୍କ ଘର ରାଇକିଆ ହୋଇଥିବା ବେଳେ ସେ ମଧ୍ୟ ଭାଜପାର ଜଣେ ବରିଷ୍ଠ ସକ୍ରିୟ କାର୍ଯ୍ୟକର୍ତ୍ତା ଭାବେ ନିଜ ଦାୟିତ୍ୱ ସମ୍ପନ୍ନ କରିଛନ୍ତି କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ସେହିପରି ଭାରତ ସଞ୍ଚାର ନିଗମ ଲିମିଟେଡ଼ର ପରାମର୍ଶଦାତା ଭାବେ ଦଳ ଦାୟିତ୍ୱ ପ୍ରଦାନ କରିଛି। ସେହିପରି ପରିଷଦର ଅନ୍ୟତମ ସଦସ୍ୟ ଭାବେ ବାଲିଗୁଡା ନିର୍ବାଚନ ମଣ୍ଡଳୀରର ରଂଜିତ କୁମାର ସାହୁ ଏବଂ ଫୁଲବାଣୀ ନିର୍ବାଚନ ମଣ୍ଡଳୀର ଉର୍ବଶୀ ଦିଗାଲ ଏବଂ ରଞ୍ଜନା ନାୟକ ନିର୍ବାଚିତ ହୋଇଛନ୍ତି।

ସୂଚନା ଯୋଗ୍ୟ ଯେ ଜିଲାରୁ ଏହି ପଦବୀ ପାଇଁ ମାତ୍ର ୫ଟି ସିଟ ରହିଥିବା ବେଳେ ଦଳ ନିକଟରେ ପୂର୍ବରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଥିଲା। ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତକାଲି ଏହା ଘୋଷଣା ପତ୍ର ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri