ପୋଲ ଉପରେ ୫ ଫୁଟର ବନ୍ୟାଜଳ, ପାଣିରେ ବୁଡ଼ିଛି ଟ୍ରକ୍‌

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ କେନ୍ଦୁଝର ଜିଲା ବାଂଶପାଳ ସିଂପୁର ବଇଙ୍ଗା ନାଳପୋଲ ଉପରେ ୫ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି। ଅଁରାବ୍ରାହ୍ମଣୀ ନାଳରେ ୧୦ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ପାଣିରେ ବୁଡ଼ି ରହିଛି ଟ୍ରକ୍‌। ସୁଆକାଟି-ରାଉରକେଲା ଓ ଦବୁନା ସମେତ ଅଁରା ରାଇଗୋଡା ଫୁଲଝରକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ବାଂଶପାଳ। ମଙ୍ଗଳବାର ଠାରୁ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଶହ ଶହ ଏକର ଚାଷ ଜମି ପାଣିରେ ବୁଡ଼ି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ବ୍ଲକର ୨୦ଟି ପଞ୍ଚାୟତର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବ୍ଲକର ସିଂପୁର ବଇଙ୍ଗା ନାଳ ପୋଲ ଉପରେ ୫ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ସୁଆକାଟିଠାରୁ ରାଉଲକେଲା ଓ ଦବୁନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଗୁରୁବାର ସକାଳୁ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ିମଟର ଅଟକି ରହିଛି। ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଅଁରାବ୍ରାହ୍ମଣୀ ନାଳ ପୋଲ ଉପରେ ୧୦ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେବାରୁ ରାଇଗୋଡାଠାରୁ ଅଁରା, ବିନିଦା, କୁସୁମିତା ଆଦି ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅଁରାବ୍ରାହ୍ମଣୀ ନାଳକ ଏକ ଟ୍ରକ୍‌ ପାଣିରେ ବୁଡ଼ି ରହିଛି। ନିକଟସ୍ଥ ଶ୍ରୀ ମେଟାଲିକ୍‌ କାରଖାନାକୁ ଆସୁଥିବା ଶହ ଶହ ଆଇରନ ଟ୍ରକ ରାସ୍ତାର ଉଭୟ ପାର୍ଶରେ ଅଟକି ରହିଛି। ଯାତ୍ରୀବାହୀ ଗାଡ଼ି ମଧ୍ୟ ଅଟକି ରହିଛି। ଦୁଧପଶି ଛେଲିଆ ଡେଗାଠାରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଫୁଲଝର, ଇଟା ପୋଖରୀ ସମେତ ବ୍ଲକର ୨୦ଟି ପଞ୍ଚାୟତ ଲୋକେ ପ୍ରଭାବିତ ହୋଇଛନ୍ତି। ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ କେନ୍ଦୁଘଟି, ହଳଡିହି ଆଦି ଗାଁ ଜଳ ବନ୍ଦୀ ହୋଇରହିଛି। ଶହ ଶହ ଏକର ଚାଷ ଜମି ପାଣିରେ ବୁଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri