ପୋଲ ଉପରେ ୫ ଫୁଟର ବନ୍ୟାଜଳ, ପାଣିରେ ବୁଡ଼ିଛି ଟ୍ରକ୍‌

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ କେନ୍ଦୁଝର ଜିଲା ବାଂଶପାଳ ସିଂପୁର ବଇଙ୍ଗା ନାଳପୋଲ ଉପରେ ୫ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି। ଅଁରାବ୍ରାହ୍ମଣୀ ନାଳରେ ୧୦ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ପାଣିରେ ବୁଡ଼ି ରହିଛି ଟ୍ରକ୍‌। ସୁଆକାଟି-ରାଉରକେଲା ଓ ଦବୁନା ସମେତ ଅଁରା ରାଇଗୋଡା ଫୁଲଝରକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ବାଂଶପାଳ। ମଙ୍ଗଳବାର ଠାରୁ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଶହ ଶହ ଏକର ଚାଷ ଜମି ପାଣିରେ ବୁଡ଼ି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ବ୍ଲକର ୨୦ଟି ପଞ୍ଚାୟତର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବ୍ଲକର ସିଂପୁର ବଇଙ୍ଗା ନାଳ ପୋଲ ଉପରେ ୫ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ସୁଆକାଟିଠାରୁ ରାଉଲକେଲା ଓ ଦବୁନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଗୁରୁବାର ସକାଳୁ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ିମଟର ଅଟକି ରହିଛି। ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଅଁରାବ୍ରାହ୍ମଣୀ ନାଳ ପୋଲ ଉପରେ ୧୦ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେବାରୁ ରାଇଗୋଡାଠାରୁ ଅଁରା, ବିନିଦା, କୁସୁମିତା ଆଦି ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଅଁରାବ୍ରାହ୍ମଣୀ ନାଳକ ଏକ ଟ୍ରକ୍‌ ପାଣିରେ ବୁଡ଼ି ରହିଛି। ନିକଟସ୍ଥ ଶ୍ରୀ ମେଟାଲିକ୍‌ କାରଖାନାକୁ ଆସୁଥିବା ଶହ ଶହ ଆଇରନ ଟ୍ରକ ରାସ୍ତାର ଉଭୟ ପାର୍ଶରେ ଅଟକି ରହିଛି। ଯାତ୍ରୀବାହୀ ଗାଡ଼ି ମଧ୍ୟ ଅଟକି ରହିଛି। ଦୁଧପଶି ଛେଲିଆ ଡେଗାଠାରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଫୁଲଝର, ଇଟା ପୋଖରୀ ସମେତ ବ୍ଲକର ୨୦ଟି ପଞ୍ଚାୟତ ଲୋକେ ପ୍ରଭାବିତ ହୋଇଛନ୍ତି। ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ କେନ୍ଦୁଘଟି, ହଳଡିହି ଆଦି ଗାଁ ଜଳ ବନ୍ଦୀ ହୋଇରହିଛି। ଶହ ଶହ ଏକର ଚାଷ ଜମି ପାଣିରେ ବୁଡ଼ି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri