କାଗଜରେ ୫ ଫୁଟ୍‌ର ଗଣେଶ ମୂର୍ତ୍ତି

ରାଇରଙ୍ଗପୁର,୧୮ା୯ (ମନୋରଞ୍ଜନ ତିରିଆ): ମଙ୍ଗଳବାର ଶ୍ରୀଗଣେଶ ଚତୁର୍ଥୀ। ବିଭିନ୍ନ କ୍ଲବ୍‌, ସାହି ପକ୍ଷରୁ ଗଣେଶଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଚାଲିଛି। ସାଧାରଣତଃ ବିଭିନ୍ନ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଉଥିବା ଗଣେଶଙ୍କ ମୂର୍ତ୍ତି ମାଟି, ନଡ଼ାରେ ନିର୍ମିତ ହୋଇଥାଏ। ଏହାକୁ ପୂଜା ପରେ ନିକଟସ୍ଥ ପୋଖରୀ, ନଦୀନାଳ ଆଦିରେ ବିସର୍ଜନ କରାଯାଇଥାଏ। ଏଥିରେ ବିଭିନ୍ନ ପ୍ରକାର ରାସାୟନିକ ପ୍ରଲେପ ଦିଆଯାଇଥିବାରୁ ଜଳ ପ୍ରଦୂଷଣ ହୋଇଥାଏ। ରାଇରଙ୍ଗପୁର ସହରର ଜଣେ କଲେଜ ଛାତ୍ରୀ ସୁପ୍ରିୟା ବାରିକ ପ୍ରଦୂଷଣ ରୋକିବା ପାଇଁ ନିଆରା ପ୍ରୟାସ କରିଛନ୍ତି। ସେ କାଗଜରେ ୫ ଫୁଟ୍‌ର ଶ୍ରୀଗଣେଶଙ୍କ ମୂର୍ତ୍ତି ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରସ୍ଥିତ ବାସଭବନଠାରୁ ମାତ୍ର ୫୦୦ ମିଟରେ ଦୂର ବାଇଦାପୋଷି କଲୋନୀସାହିର ସଞ୍ଜୀବ କୁମାର ବାରିକଙ୍କ ବଡ଼ଝିଅ ସୁପ୍ରିୟା। ଚଳିତ ବର୍ଷ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟରୁ +୩ କଳାରେ ସ୍ନାତକ ପାସ୍‌ କରିଛନ୍ତି। ଗଣେଶ ପୂଜାକୁ ଲକ୍ଷ୍ୟ ରଖି ପ୍ରାୟ ଏକ ମାସ ହେବ କାଗଜରେ ଗଣେଶ ମୂର୍ତ୍ତି ତିଆରି କରିଛନ୍ତି। ମୂର୍ତ୍ତି ନିର୍ମାଣ କାମରେ ଅବସର ସମୟରେ ତାଙ୍କର ସାନଭଉଣୀ ସ୍ନେହା ବାରିକ ସହଯୋଗ କରିଥିବା କହିଛନ୍ତି। ମଇଦା, ପୁଟି, ରଙ୍ଗ, ସାମାନ୍ୟ ଟିକିଏ କପଡ଼ାକୁ ଛାଡ଼ିଦେଲେ ପ୍ରତିମୂର୍ତ୍ତିର ୯୫ ପ୍ରତିଶତ ଅଂଶରେ କେବଳ କାଗଜ ବ୍ୟବହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri