ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ, ଲକ୍ଷେଶ୍ୱରୀ ମାଝୀ, ମହେଶ୍ୱର ପାଲକା, ଅନାଦି ଚରଣ ଶବର। ରାୟଗଡ଼ା ସହର ଅନ୍ତର୍ଗତ ହାତୀପଥର ରୋଡ୍‌ର ରମେଶ ଚନ୍ଦ୍ର ବେହେରାଙ୍କ ଝିଅ ଦୀପାରାଣୀ ବେହେରା ୪୩୭ ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ସେ ରାୟଗଡ଼ାଠାରେ ରାଜସ୍ବ ବିଭାଗରେ କନିଷ୍ଠ ସହାୟକ ଭାବେ କାର୍ଯ୍ୟରତ ଅଛନ୍ତ। କାଶୀପୁର ବ୍ଲକ ମଇଲିଗୁଡ଼ା ଗ୍ରାମର ପଙ୍କଜ କୁମାର ମାଝୀ ୬୬୨ ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । ସେ ପୂର୍ବତନ ବିଧାୟକ ବିଭୀଷଣ ମାଝୀଙ୍କ ପୁଅ ଅଟନ୍ତି। ବର୍ତ୍ତମାନ ଓ ପୋଲିସ ବିଭାଗରେ ଡିଏସ୍‌ପି ଭାବେ ପଙ୍କଜ କାର୍ଯ୍ୟରତ ଅଛନ୍ତି। ସେହିଭଳି କାଶୀପୁର ବ୍ଲକ ମଇଲିଗୁଡ଼ା ଗ୍ରାମର ମଦନ ମାଝୀଙ୍କ ଝିଅ ଲକ୍ଷେଶ୍ୱରୀ ମାଝୀ ୬୪୭ ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । ଏଣେ କୋଲନରା ବ୍ଲକ ଭୁଜବଳ ଗ୍ରାମର ମହେଶ୍ୱର ପାଲାକା ୪୫୦ ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ସେ ବର୍ତ୍ତମାନ ବ୍ରହ୍ମପୁର ସିଟି କଲେଜରେ ଅଧ୍ୟାପକ ଭାବେ କାର୍ଯ୍ୟରତ ଅଛନ୍ତି।

ଏଣେ ଜିଲା କୃଷି କାର୍ଯ୍ୟାଳୟରେ ବରିଷ୍ଠ ସହାୟକ ଭାବେ କାର୍ଯ୍ୟରତ ଅନାଦି ଚରଣ ଶବର ୬୨୨ ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ତାଙ୍କ ଘର ରାମନାଗୁଡ଼ା ବ୍ଲକ ଅନ୍ତରଝୋଲି ଗ୍ରାମରେ ହୋଇଥିବା ବେଳେ ବାପା ହେଉଛନ୍ତି କେଶବ ଶବର। ସେମାନେ କୃତକାର୍ଯ୍ୟ ହେବା ପରେ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri