Posted inଜାତୀୟ

ମେ ସୁଦ୍ଧା ୫-ଜି ସ୍ପେକ୍ଟ୍ରମ ନିଲାମ

ନୂଆଦିଲ୍ଲୀ,୧୨ା୧୧:ବହୁ ପ୍ରତୀକ୍ଷିତ ୫-ଜି ସ୍ପେକ୍ଟ୍ରମ ନିଲାମ ୨୦୨୨ ଏପ୍ରିଲରୁ ମେ ମାସ ମଧ୍ୟରେ ହୋଇପାରେ। ଗୁରୁବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏଠାରେ ଅନୁଷ୍ଠିତ ଟାଇମ୍ସ ନାଓ ସମିଟ୍‌ ୨୦୨୧ ଅବସରରେ ସେ କହିଛନ୍ତି, ନିଲାମ ପ୍ରକ୍ରିୟା ସମ୍ପାଦନ କରିବା ଲାଗି ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ(ଟ୍ରାଇ) ବର୍ତ୍ତମାନ ବିଭିନ୍ନ ଦିଗ ଉପରେ ବିଚାର କରୁଛି। ୨୦୨୨ ଫେବୃୟାରୀ ସୁଦ୍ଧା ଏହା ରିପୋର୍ଟ ଦେଇପାରେ। ବେଶି ହେଲେ ରିପୋର୍ଟ ମାର୍ଚ୍ଚ ଶେଷ ସୁଦ୍ଧା ମିଳିଯାଇପାରେ। ଏହା ପରେ ନିଲାମ ପ୍ରକ୍ରିୟା ଆଗକୁ ବଢ଼ିବ।
ରିପୋର୍ଟ ନ ଆସିଲା ଯାଏ ଠିକ୍‌ ସମୟ ଅବଧି କହି ହେବ ନାହିଁ ବୋଲି ବୈଷ୍ଣବ ସ୍ପଷ୍ଟ କରିଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ଶେଷ ଥର ଲାଗି ସ୍ପେକ୍ଟ୍ରମ ନିଲାମ ହୋଇଥିଲା। ଆଗାମୀ ୫ରୁ ୧୦ ବର୍ଷକୁ ନଜରରେ ରଖି ସରକାର ନିଲାମ ପ୍ରକ୍ରିୟା ସମ୍ପାଦନ କରିବେ। ଶେଷ ଥର ୮୬୫.୬ ମେଗା ହର୍ଜ ସ୍ପେକ୍ଟ୍ରମ ୭୭,୮୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟରେ ବିକ୍ରି ହୋଇଥିଲା। ଆଗାମୀ ଦିନରେ ମଧ୍ୟ ଟେଲିକମ୍‌ କ୍ଷେତ୍ରରେ ସଂସ୍କାର ପ୍ରକ୍ରିୟା ଜାରି ରହିବ ବୋଲି ବୈଷ୍ଣବ ମତ ରଖିଛନ୍ତି।
ଦେଶର ଟେଲିକମ୍‌ କ୍ଷେତ୍ରରେ ବିଶ୍ୱସ୍ତରୀୟ ନିୟାମାବଳୀ ଲାଗୁ କରିବା ଲାଗି ଲକ୍ଷ୍ୟ ରଖାଯାଇଛି। ସେପ୍ଟେମ୍ବରରେ ଏହି କ୍ଷେତ୍ରରେ ସଂସ୍କାର ପ୍ରକ୍ରିୟା ହାତକୁ ନିଆଯାଇଥିଲା। ଏହି କ୍ଷେତ୍ରରେ ନିବେଶକୁ ୨ରୁ ୪ ଗୁଣ ବୃଦ୍ଧି କରିବା ଲକ୍ଷ୍ୟ ରଖାଯାଇଛି। ଟେଲିକମ୍‌ ସେବା ଉପଲବ୍ଧ ନ ଥିବା ସ୍ଥାନରେ ସେବା ଯୋଗାଣ ଏବଂ ସେବାରେ ଗୁଣବତ୍ତାକୁ ଧ୍ୟାନରେ ରଖାଯାଇଛି। ଟେଲିକମ୍‌ କ୍ଷେତ୍ରରେ ନିବେଶ କମ୍‌ ଥିବାରୁ କଲ୍‌ ଭଳି ସମସ୍ୟା ସାମ୍ନାକୁ ଆସୁଛି। ସେହିଭଳି ବିଭିନ୍ନ ସଂସ୍କାର ପ୍ରକ୍ରିୟା ଦ୍ୱାରା ଟେଲିକମ୍‌ କ୍ଷେତ୍ରର ବିକାଶ ଲାଗି ସରକାର କାର୍ଯ୍ୟପନ୍ଥା ଗ୍ରହଣ କରୁଥିବା ବୈଷ୍ଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri