ବିନା ଡାକ୍ତରରେ ଚାଲିଛି ୫ ସ୍ବାସ୍ଥ୍ୟକେନ୍ଦ୍ର

କେନ୍ଦୁଝର,୩୦ା୩(ସ୍ବ.ପ୍ର.): ଖଣିଖାଦାନ ଭରା କେନ୍ଦୁଝର ଜିଲାର ହାଟଡ଼ିହୀ ବ୍ଲକ୍‌ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକ୍‌ରେ ଥିବା ୫ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବିନା ଡାକ୍ତରରେ ଚାଲିଛି। ଏଥିସହ ଶାଳନୀୟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ସମେତ ୧୪ କର୍ମଚାରୀ ପଦବୀ ଖାଲିପଡ଼ିଛି। ତଳିଆ କର୍ମଚାରୀ ରୋଗୀଙ୍କୁ ଦେଖୁଥିବା ସୂଚନା ଅଧିକାର ଆଇନ୍‌ରେ ମିଳିଥିବା ତଥ୍ୟରୁ ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ହାଟଡ଼ିହୀ ଓ ହଦଗଡ଼ ଏରିଆ ହସ୍ପିଟାଲ ଓ ସୁନ୍ଦରାପାଳ, ଟୁକୁଣା, ସୋସୋ, ଓରାଳି, ମୁଗୁପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଶାଳନିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସର୍ଜରି, ଶିଶୁ, ମେଡିସିନ ବିଶେଷଜ୍ଞ ଡାକ୍ତରଙ୍କ ସମେତ ୧୪ କର୍ମଚାରୀ ନାହାନ୍ତି। ସେହିପରି ସୁନ୍ଦରାପାଳ ଓ ସୋସୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ବ୍ୟତୀତ ହାଟଡ଼ିହୀ ଏରିଆ ହସ୍ପିଟାଲ, ହଦଗଡ଼ ଏରିଆ ହସ୍ପିଟାଲ, ମୁଗୁପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଓରାଳି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଟୁକୁଣା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ବିନା ଡାକ୍ତରରେ ଚାଲିଥିବା ଜଣାପଡ଼ିଛି। ଅର୍ଥାତ୍‌ ଏଠାରେ ତଳିଆ କର୍ମଚାରୀମାନେ ଡାକ୍ତରଖାନା ଚଳାଉଛନ୍ତି। ଅନ୍ୟାନ୍ୟ କର୍ମଚାରୀ, ଉପଯୁକ୍ତ ଭିତ୍ତିଭୂମି ମଧ୍ୟ ନାହିଁ।
ଡାକ୍ତର ଓ କର୍ମଚାରୀ ଅଭାବରୁ ରୋଗୀମାନେ ଦୂରଦୂରାନ୍ତରୁ ଆସି ସେବାରୁ ବଞ୍ଚତ୍ତ ହେଉଛନ୍ତି। ବାଧ୍ୟ ହୋଇ ପଡ଼ୋଶୀ ଭଦ୍ରକ ଜିଲା ଉପରେ ନିର୍ଭର କରୁଛନ୍ତି। ଅନେକ ସମୟରେ ଗରିବ ଲୋକମାନେ ଘରୋଇ ଚିକିତ୍ସାଳୟକୁ ଯାଇ ଖର୍ଚ୍ଚାନ୍ତ ହେଉଛନ୍ତି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୃଷ୍ଣ ପୃଷ୍ଟି କହିଛନ୍ତି, ଡାକ୍ତର ଓ ଅନ୍ୟାନ୍ୟ କର୍ମଚାରୀ ଅଭାବ ନେଇ ସ୍ବାସ୍ଥ୍ୟ ବିଭାଗକୁ ଅବଗତି କରାଯାଇଛି। ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସୂଚନା ଅଧିକାର କର୍ମୀ ହିମାଂଶୁ ଶେଖର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri