ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍ ଗାଇଡ୍ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ପାଟଣା ବ୍ଲକ ଅଧୀନ ୪ ଓ ସଦର ବ୍ଲକ ଅଧୀନ ଗୋଟିଏ ହାଇସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ବିରୋଧରେ ଏଭଳି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଶିକ୍ଷାଧିକାରୀ ସାହୁ କହିଛନ୍ତି। କଟକଣା ଉଲ୍ଲଂଘନ କରିଥିବା ହାଇସ୍କୁଲଗୁଡ଼ିକ ହେଲା ଖିରେଇଟାଙ୍ଗିରି ଉଚ୍ଚ ବିଦ୍ୟାଳୟ, ଯମୁନା ପଶିର ବିଶୋଇପାଟ ଉଚ୍ଚ ବିଦ୍ୟାଳୟ, ଡେଣୁଆର ଝାଲମଣି ହାଇସ୍କୁଲ, ବଲାଣିପଶିର ପି.ଏମ୍.ବି ହାଇସ୍କୁଲ ଓ ସଦର ବ୍ଲକ ଅଧୀନ ଝାଡ଼ବେଲଦା ହାଇସ୍କୁଲ। ଜିଲା ଶିକ୍ଷାଅଧିକାରୀ ସାହୁ ଓ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଜିଲାର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନରେ ଆସିଥିବା ବେଳେ ଉକ୍ତ ବିଦ୍ୟାଳୟଗୁଡ଼ିକର ପରିବେଶ ସଫାସୁତରା ନ ଥିବା, ଅଭିବାବକଙ୍କ ଅଣ୍ଡର ଟେକିଙ୍ଗ ସଂଗ୍ରହ କରାଯାଇ ନ ଥିବା ଓ ସାନିଟାଇଜର ବ୍ୟବହାର କରାଯାଉ ନ ଥିତ୍ବା ଦେଖିବାକୁ ପାଇଥିଲେ ବୋଲି ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର, ରାଜ୍ୟ View All
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...
ଚମକିଲେ କୁନି ଝିଅ: ଇଫ୍ରାତ୍ ଜୋଏଲ୍ଙ୍କୁ ଲିଟିଲ ମିସ୍ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...
ବ୍ଲକ୍ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍ ପ୍ରଶାସନ ପକ୍ଷରୁ ଏକ...
ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
Archives


