୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ

ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ପାଟଣା ବ୍ଲକ ଅଧୀନ ୪ ଓ ସଦର ବ୍ଲକ ଅଧୀନ ଗୋଟିଏ ହାଇସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ବିରୋଧରେ ଏଭଳି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଶିକ୍ଷାଧିକାରୀ ସାହୁ କହିଛନ୍ତି। କଟକଣା ଉଲ୍ଲଂଘନ କରିଥିବା ହାଇସ୍କୁଲଗୁଡ଼ିକ ହେଲା ଖିରେଇଟାଙ୍ଗିରି ଉଚ୍ଚ ବିଦ୍ୟାଳୟ, ଯମୁନା ପଶିର ବିଶୋଇପାଟ ଉଚ୍ଚ ବିଦ୍ୟାଳୟ, ଡେଣୁଆର ଝାଲମଣି ହାଇସ୍କୁଲ, ବଲାଣିପଶିର ପି.ଏମ୍‌.ବି ହାଇସ୍କୁଲ ଓ ସଦର ବ୍ଲକ ଅଧୀନ ଝାଡ଼ବେଲଦା ହାଇସ୍କୁଲ। ଜିଲା ଶିକ୍ଷାଅଧିକାରୀ ସାହୁ ଓ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଜିଲାର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନରେ ଆସିଥିବା ବେଳେ ଉକ୍ତ ବିଦ୍ୟାଳୟଗୁଡ଼ିକର ପରିବେଶ ସଫାସୁତରା ନ ଥିବା, ଅଭିବାବକଙ୍କ ଅଣ୍ଡର ଟେକିଙ୍ଗ ସଂଗ୍ରହ କରାଯାଇ ନ ଥିବା ଓ ସାନିଟାଇଜର ବ୍ୟବହାର କରାଯାଉ ନ ଥିତ୍ବା ଦେଖିବାକୁ ପାଇଥିଲେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?